Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେବାରେ ‘ନିରନ୍ତର ପୁନର୍ବାସ ଶିକ୍ଷା କାର୍ଯ୍ୟକ୍ରମ’

by ସଞ୍ଜୟ ସ୍ୱାଇଁ
May 29, 2025
in Nayagarh, State
ସେବାରେ ‘ନିରନ୍ତର ପୁନର୍ବାସ ଶିକ୍ଷା କାର୍ଯ୍ୟକ୍ରମ’
44
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଭିନ୍ନକ୍ଷମ ଶିଶୁଙ୍କ ପାଇଁ ଶିକ୍ଷା, ପ୍ରଶିକ୍ଷଣ ଓ ପୁନର୍ବାସ କ୍ଷେତ୍ରରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେବା ଦ୍ବାରା ଆଜିଠାରୁ ସ୍ୱତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ନିରନ୍ତର ପୁନର୍ବାସ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କାମଦେବ ନାୟକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟଙ୍କ ଅନ୍ତର୍ଗତ ଜାତୀୟ ପୁନର୍ବାସ ପରିଷଦ ଦ୍ଵାରା ସ୍ଵୀକୃତି ପ୍ରାପ୍ତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ବିଷୟବସ୍ତୁ ‘ଧ୍ୟାନ ହୀନତା ଓ ଅତିସକ୍ରିୟ ବ୍ୟାଧି’ ସମ୍ବନ୍ଧରେ ପ୍ରଶିକ୍ଷଣ ପ୍ରଦାନ କରାଯିବ କ୍ଷ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସମୁଦାୟ ୫୦ ଜଣ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଛନ୍ତି । ସେମାନଙ୍କୁ ପ୍ରଶିକ୍ଷଣ ଦେବାପାଇଁ ସ୍ବତନ୍ତ୍ର ପ୍ରଶିକ୍ଷକ ସୁଜାତା କୁମାରୀ ସାହୁ, ସରସ୍ୱତୀ ମହାପାତ୍ର, ବୈକୁଣ୍ଠନାଥ ମହାପାତ୍ର, ସାଗରିକା ସାହୁ , ଜୟଶ୍ରୀ ନାୟକ, ନିରୁପମା ବଳିଆସିଂ, ଅଜିତ୍ ଚନ୍ଦ୍ର ସୁବୁଦ୍ଧି, ଆନନ୍ଦ କୁମାର ଚୌଧୁରୀ, ପୂଜା ମହାପାତ୍ର ପ୍ରମୁଖ ପ୍ରଶିକ୍ଷକ ରୂପେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସେବାର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା ସୂଚନା ପ୍ରଦାନ କରିଛନ୍ତି ।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!