Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହସ୍ପିଟାଲ୍‌ରୁ ଫେରିବା ପରେ ମୈଦାନକୁ ଓହ୍ଲାଇବାକୁ ଦିଦି ପ୍ରସ୍ତୁତ

by ସଞ୍ଜୟ ସ୍ୱାଇଁ
March 13, 2021
in Feature News
ମମତାଙ୍କୁ ଆକ୍ରମଣ
152
VIEWS
Share on FacebookShare on Twitter

କୋଲକାତା,(ବାଘୁଆବାର୍ତ୍ତା):  ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦୀଗ୍ରାମରେ ବିଧାନସଭା ନିର୍ବାଚନ ଲାଗି ପ୍ରଚାର କରିବାକୁ ଯାଇଥିବା ବେଳେ ଆ‌ହତ ହୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେବାର ଦୁଇ ଦିନ ମଧ୍ୟରେ ତାଙ୍କୁ ହସ୍ପିଟାଲ୍‌ରୁ ମୁକ୍ତ କରାଯାଇଛି। ସୂଚନା ରହିଛି ଯେ ଯେହେତୁ ମମତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି, ସେ ପୁଣି ଥରେ ୧୫ ତାରିଖରୁ ନିର୍ବାଚନ ପ୍ରଚାର ମୈଦାନକୁ ଓହ୍ଲାଇବାକୁ ଯାଉଛନ୍ତି। ୟା’ ମଧ୍ୟରେ ବରିଷ୍ଠ ପୂର୍ବତନ ବିଜେପି ନେତା ଯଶବନ୍ତ ସିହ୍ନା ମମତାଙ୍କ ଦଳ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇ ସାରିଛନ୍ତି। ସେ ଟିଏମ୍‌ସିରେ ଯୋଗ ଦେଇ କହିଛନ୍ତି କି ଦେଶ ଏବେ ଏପରି ଏକ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଛି, ଯାହାକି ତାଙ୍କୁ ରାଜନୀତିକୁ ଫେରିବା ପାଇଁ ପୁଣି ଥରେ ପ୍ରେରିତ କରିଛି। ଶ୍ରୀ ସିହ୍ନା ୨୦୧୮ ମସିହାରେ ବିଜେପିରୁ ଇସ୍ତଫା ଦେଇଥିଲେ। ଉଲ୍ଲେଖଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦୀଗ୍ରାମରେ ବିଧାନସଭା ନିର୍ବାଚନ ଲାଗି ପ୍ରଚାର କରିବାକୁ ଯାଇଥିବା ବେଳେ ଆ‌ହତ ହୋଇଥିଲେ । ବୁଧବାର ସନ୍ଧ୍ୟାରେ ଏହି ଅଘଟଣ ଘଟିଥିବା ବେଳେ ନିର୍ବାଚନ ପ୍ରଚାର ସମୟରେ ତାଙ୍କ ଗୋଡ଼କୁ କେହି ଦଳି ଦେଇଥିବା ଅଭିଯୋଗ ହୋଇଥିଲା। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଥିଲେ ଯେ  କିଛି ଯୁବକ ଜାଣିଶୁଣି ତାଙ୍କୁ ଆଘାତ କରିଛନ୍ତି । ହେଲେ ଏହାକୁ ଡରି ନ ଯାଇ ସେ ନିଜର ପ୍ରଚାର ଅଭିଯାନ ଜାରି ରଖିବେ। ଏଥର ସେ ନନ୍ଦୀଗ୍ରାମରୁ ନିର୍ବାଚନ ଲଢ଼ିବେ। ତାଙ୍କୁ ସେଠାରୁ ଟକ୍କର ଦେବେ ପୂର୍ବତନ ଟିଏମ୍‌ସି ନେତା ତଥା ବର୍ତ୍ତମାନର ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ। ଶୁଭେନ୍ଦୁ ପୂର୍ବରୁ ନନ୍ଦୀଗ୍ରାମରୁ ଲଢ଼ି ବିଜୟୀ ହୋଇ ସାରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!