Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

by ସଞ୍ଜୟ ସ୍ୱାଇଁ
May 31, 2025
in Nayagarh, State
ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା
139
VIEWS
Share on FacebookShare on Twitter

ନୟାଗଡ଼, ,(ବାଘୁଆବାର୍ତ୍ତା): ଜଣେ ଶିକ୍ଷକ ସବୁଦିନ ପାଇଁ ଶିକ୍ଷକଏବଂ ନମସ୍ୟ, ତା’ର କେବେ ଅବସର ନଥାଏ। ନୟାଗଡ଼ ବ୍ଲକ ଅନ୍ତର୍ଗତ ସାନ ପଣ୍ଡୁସର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବନମାଳୀ ପରିଡ଼ାଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ସାନ ପଣ୍ଡୁସର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବନିତା ନାୟକ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକ, ଧନେଶ୍ୱର ସେଠି, ବ୍ଲକ ଶିକ୍ଷକ ସଂଘ ସଭାପତି ପୀତବାସ ପ୍ରଧାନ, ସମ୍ପାଦକ ସୁରେଶ ସେଠି, ସନ୍ତୋଷ ସାହୁ,ପ୍ରଫୁଲ୍ଲ ଜେନା, ଚିତ୍ତରଞ୍ଜନ ଦାଶ,ଶରତ ପାଳ, ବିଦ୍ୟାଳୟ କମିଟି ସଭାପତି ଗୋପବନ୍ଧୁ ଭୂୟାଁ ପ୍ରମୁଖ ଯୋଗଦାନ କରି ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ବନମାଳୀ ପରିଡ଼ାଙ୍କୁ ଜଣେ କର୍ମଠ,ଦକ୍ଷ ତଥା ଛାତ୍ରବତ୍ସଳ ଶିକ୍ଷକ ଥିଲେ ବୋଲି ବର୍ଣ୍ଣନା କରିଥିଲେ । ଶେଷରେ ଅବସର ଗ୍ରହଣ କରିଥିବା ଶିକ୍ଷକଙ୍କୁ ସଂପୃକ୍ତ ବିଦ୍ୟାଳୟ ଏବଂ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ମାନପତ୍ର, ଉପଢୌକନ ଏବଂ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟ ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କାଶୀନାଥ ଦାସ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ଅଶୋକ ମଲ୍ଲ ମଞ୍ଚ ପରିଚାଳନା କରିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!