Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ସହ ଅନ୍ୟାନ୍ୟ ଦେୟ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ

by ସଞ୍ଜୟ ସ୍ୱାଇଁ
June 1, 2025
in Education, Nayagarh, State
ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ସହ ଅନ୍ୟାନ୍ୟ ଦେୟ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ
287
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥା ର ସଫଳ ରୂପାୟନ ହୋଇପାରିଛି ନୟାଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ। ଅବସର ନେଉଥିବା ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଙ୍କ ସଭାପତିତ୍ବରେ ଅବସରକାଳୀନ ବିଦାୟୀ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ରେ ଥିବା ବିଭିନ୍ନ ବିଦ୍ୟାଳୟର ପାଞ୍ଚ ଜଣ ଶିକ୍ଷକ ତଥା ଶିକ୍ଷା କର୍ମଚାରୀଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ପୁଷ୍ପଗୁଚ୍ଛ ,ଉତ୍ତରୀୟ, ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବା ସହ ପୂର୍ଣ୍ଣାଙ୍ଗ ପେନସନ୍,,କମ୍ୟୁଟେସନ,ଗ୍ରାଚୁଇଟି ଆଦି ପ୍ରଦାନ କରିଛନ୍ତି। ଅବସର ଗ୍ରହଣ କରିଥିବା ସମସ୍ତ କର୍ମଚାରୀ ପରବର୍ତ୍ତୀ ସମୟରେ ସମାଜସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବା ସହ ସୁଖୀ ଓ ସୁସ୍ଥ ଜୀବନଯାପନ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ପରାମର୍ଶ ଦେଇଥିଲେ। ଏହି ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଅତିରିକ୍ତ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ, ସନ୍ଧ୍ୟାରାଣୀ ରାଉତ ଓ ବନଲତା ବେହେରା ଙ୍କ ସହ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ। ବିଶେଷ ଭାବେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ପ୍ରତିଷ୍ଠାନ ଅଧିକାରୀ ସୁରେନ୍ଦ୍ର ନାଥ ନାୟକ, ଓ କନିଷ୍ଠ ସହାୟକ ଗୋପବନ୍ଧୁ ଦାସ ତଥା ଅନ୍ୟମାନଙ୍କ ଅବସରକାଳୀନ ଅନୁଭବ ସମସ୍ତଙ୍କୁ ଭାବ ବିହ୍ୱଳ କରିଥିଲା।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!