Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶଦିନ ପର୍ଯ୍ୟନ୍ତ ରାଜ୍ୟରେ ନାହିଁ ବର୍ଷା

by ସଞ୍ଜୟ ସ୍ୱାଇଁ
June 2, 2025
in State
ରାଜ୍ୟରେ ଉପରମୁହାଁ ତାତି
51
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆଗାମୀ ଦଶଦିନ ପର୍ଯ୍ୟନ୍ତ ରାଜ୍ୟରେ ନାହିଁ ବର୍ଷା । ଏବେ ରାଜ୍ୟକୁ ପଶ୍ଚିମା ପବନ ବହୁଥିବାରୁ ମୌସୁମୀ ବାଦଲ ସୃଷ୍ଟି ହୋଇପାରୁନି । ଆଗାମୀ ଦିନରେ ମଧ୍ୟ କୌଣସି ସିଷ୍ଟମ ସୃଷ୍ଟି ହେବା ସମ୍ଭାବନା ନାହିଁ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସମେତ ଦେଶର ଅଧିକାଂଶ ସ୍ଥାନରେ ମୌସୁମୀ ନିଷ୍କ୍ରିୟ ରହିବ । ଏପରି ପୂର୍ବାନୁମାନ କରିଛନ୍ତି ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଡ.ସୁରେନ୍ଦ୍ର ନାଥ ପଶୁପାଳକ । ହେଲେ ପଶ୍ଚିମ ଉପକୂଳ ସମେତ ଉତ୍ତରପୂର୍ବ ରାଜ୍ୟରେ ବର୍ଷା ହେବ । ୧୦ ତାରିଖରୁ ବାୟୁର ଦିଗ ପରିବର୍ତ୍ତନ ହେବାର ସମ୍ଭାବନା ଥିବାରୁ ୧୧ କିମ୍ବା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଲଘୁଚାପର ରୂପ ନେଇ କ୍ରମଶଃ ଓଡ଼ିଶା ବା ସଂଲଗ୍ନ ଉପକୂଳ ଦେଇ ସ୍ଥଳଭାଗକୁ ପ୍ରବେଶ କରିବ । ଏହାଯୋଗୁ ସମଗ୍ର ରାଜ୍ୟରେ ୪ଦିନ ବର୍ଷା ହେବା ସମ୍ଭାବନା ରହିଛି । କିନ୍ତୁ ଭାରି ବର୍ଷା ହେବାର କୌଣସି ସୂଚନା ନାହିଁ । ସେହିପରି ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩୫ରୁ ୩୭ ଡିଗ୍ରି ସେଣ୍ଟିଗ୍ରେଡ୍ ରହିପାରେ । ୯ ତାରିଖରୁ ତାପମାତ୍ରା୍ରେ ଆଉ ଏକ ଡିଗ୍ରି ବୃଦ୍ଧି ସମ୍ଭାବନା ରହିଛି । ୧୦ରୁ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି । ଏହି ସମୟ ଭିତରେ ପ୍ରବଳ ଗରମ ଗୁଳଗୁଳି ଅନୁଭୁତ ହେବ । ରାଜ୍ୟରେ ଏପରି ପାଣିପାଗ ଆସନ୍ତା ଦେବସ୍ନାନ ପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିବ ବୋଲି ଆକଳନ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!