Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ଟି ବନ୍ଧୁକ ଓ ନିର୍ମାଣ ସାମଗ୍ରୀ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
June 3, 2025
in Nayagarh, State
୨ଟି ବନ୍ଧୁକ ଓ ନିର୍ମାଣ ସାମଗ୍ରୀ ଜବତ, ୩ ଗିରଫ
57
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଦଶପଲ୍ଲା ଥାନା ଅନ୍ତର୍ଗତ ମଧ୍ୟଖଣ୍ଡ ଅଞ୍ଚଳରେ ଚାଲିଥିବା ଏକ ବନ୍ଧୁକ ନିର୍ମାଣ କାରଖାନାକୁ ପୁଲିସ ଠାବ କରିଛି । ୨ଟି ବନ୍ଧୁକ ସମେତ ନିର୍ମାଣ ସାମଗ୍ରୀ ଜବତ କରାଯାଇଛି । ଏହି ଘଟଣାର ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ପୁଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନୟାଗଡ଼ ଏସ୍ଡି ଏସ୍ ସୁଶ୍ରୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ ଦଶପଲ୍ଲା ଦୁଆରଗାଁର ରାଜେଶ କୁମାର ପ୍ରଧାନ, ମଧ୍ୟଖଣ୍ଡର ତପନ ପରିଡ଼ା, ମଧ୍ୟଖଣ୍ଡ ଗଡ଼ଭିତର ସାହିର ଗୋବର୍ଦ୍ଧନ ପରିଡ଼ା । ଅନ୍ୟ ଅଭିଯୁକ୍ତ ଜଣଙ୍କ ହେଲେ ମଧ୍ୟଖଣ୍ଡର ବିଭୂତି ପରିଡ଼ା ।

ନୟାଗଡ଼ ଏସ୍ଡିପିଓ ଜ୍ୟୋତିରଞ୍ଜନ ସାମନ୍ତରାୟଙ୍କ ନେତୃତ୍ୱରେ ଦଶପଲ୍ଲା ଥାନା ଅଧିକାରୀ ଅନିତା ସାହୁଙ୍କ ସମେତ ଅନ୍ୟ ପୁଲିସ ଅଧିକାରୀମାନେ ସାମିଲ ହୋଇ ଗତକାଲି ରାତିରେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ପୁଲିସ ଗୋଟିଏ ଦେଶୀ ବନ୍ଧୁକ, ଗୋଟିଏ ଡବଲ ବ୍ୟାରେଲ୍ ପିସ୍ତଲ ଓ ନିର୍ମାଣ ସାମଗ୍ରୀ ଜବତ କରିଛି । ବନ୍ଧୁକ ନିର୍ମାଣ କରି ବିକ୍ରି କରୁଥିବା ଅଭିଯୁକ୍ତଙ୍କୁ ପୁଲିସ ରିମାଣ୍ଡରେ ଆଣିବ ବୋଲି ଏସ୍ପି ସୂଚନା ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସନାତନ କାଲୋ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ପ୍ରମୂଖ ଉପସ୍ଥିତ ରହିଥିଲେ ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!