Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିକିତ୍ସା ଅବହେଳାରୁ ମହିଳା ମୃତ୍ୟୁ ଘଟଣା, ଡାକ୍ତର ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
June 4, 2025
in Nayagarh, State
ଚିକିତ୍ସା ଅବହେଳାରୁ ମହିଳା ମୃତ୍ୟୁ ଘଟଣା, ଡାକ୍ତର ନିଲମ୍ବିତ
194
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ମା ଓ ଗର୍ଭସ୍ଥ ଶିଶୁ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ଚିକିତ୍ସା ଅବହେଳା ଅଭିଯୋଗର ତଦନ୍ତ କରାଯାଇ ସମ୍ପୃକ୍ତ ଡାକ୍ତର ରବୀନ୍ଦ୍ର ନାଥ ସାହୁଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ଗତ ମେ ୩୧ ତାରିଖ ରାତିରେ ନୟାଗଡ଼ ସଦରଥାନା ଅନ୍ତର୍ଗତ ବାଲୁଗାଁର ଯୁବନେତା ସଞ୍ଜୟ କୁମାର ନାୟକଙ୍କ ପତ୍ନୀ ପ୍ରସବ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ ହୋଇଥିଲେ । ଚିକିତ୍ସା ଅବହେଳାରୁ ସଞ୍ଜୟଙ୍କ ପତ୍ନୀ ମମତା ସ୍ୱାଇଁଙ୍କ ମୃତ୍ୟୁ ଘଟିଥିଲା । ଏହାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚାପା ଉତ୍ତେଜନା ଦେଖାଯାଇଥିଲା । ଶହ ଶହ ସଂଖ୍ୟାରେ ଲୋକ ରୁଣ୍ଡ ହୋଇ ଡାକ୍ତରଙ୍କ ଗିରଫ ଓ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । ଉକ୍ତଦିନ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବନମାଳି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସି ତୁରନ୍ତ ଡାକ୍ତର ରବୀନ୍ଦ୍ର ନାଥ ସାହୁଙ୍କୁ ବଦଳି ନିଷ୍ପତ୍ତି ହୋଇଥିଲା । ସେହି ଅନୁସାରେ ତାଙ୍କୁ ଭାପୁର ବ୍ଲକକୁ ବଦଳି କରାଯାଇଥିଲା । ଆଜି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଡାକ୍ତର ଶ୍ରୀଯୁକ୍ତ ସାହୁଙ୍କୁ ନିଲମ୍ବନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!