Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆକାଶରେ ଷ୍ଟ୍ରବେରୀ ରଙ୍ଗର ଜହ୍ନ ଉଇଁଲା

by ସଞ୍ଜୟ ସ୍ୱାଇଁ
June 11, 2025
in Feature News
ଆକାଶରେ ଷ୍ଟ୍ରବେରୀ ରଙ୍ଗର ଜହ୍ନ ଉଇଁଲା
136
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଆକାଶରେ ଉଇଁଲା ଷ୍ଟ୍ରବେରୀ ରଙ୍ଗର ଜହ୍ନ । ଘଣ୍ଟା କଣ୍ଟାରେ ଠିକ୍ ୭ଟା ବାଜିବା ପରେ ସଞ୍ଜ ନଇଁବା ସହ ନୀଳ ଆକାଶରେ ଉଇଁଛି ‘ଷ୍ଟ୍ରବେରୀ ମୁନ୍’ । ବିଶ୍ବର ବିଭିନ୍ନ ଦେଶରେ ଏହି ‘ଷ୍ଟ୍ରବେରୀ ମୁନ୍’ ଦୃଶ୍ୟମାନ ହୋଇଛି । ବ୍ରିଟେନ୍, ଗ୍ରୀସ୍ ଆଦି ଦେଶରେ ଏହି ବିରଳ ମହାଜାଗତିକ ଦୃଶ୍ୟ ଦେଖାଦେଇଛି । ବୈଜ୍ଞାନିକମାନଙ୍କ କହିବା ଅନୁସାରେ , ଆଜି ଚନ୍ଦ୍ରଙ୍କ ଆଲୋକରେ ଏକ ସୁନେଲୀ ଉଷ୍ମ ଆଭା ଦେଖିବାକୁ ମିଳିବ । ଭାରତରେ ଦକ୍ଷିଣ-ପୂର୍ବ ଦିଗରେ ଷ୍ଟ୍ରବେରୀ ଚନ୍ଦ୍ର ଦେଖାଯିବ । ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ବେଙ୍ଗାଲୁରୁ ଭଳି ସହରରେ ଏହି ଦୃଶ୍ୟ ଦୃଶ୍ୟମାନ ହେବ । ୧୮ ବର୍ଷରେ ଥରେ ଏହି ଦୃଶ୍ୟ ଦେଖା ଯାଇଥିବା ବେଳେ ପୁନଶ୍ଚ ୨୦୪୩ରେ ଦୃଶ୍ୟମାନ ହେବ । ତେବେ ଜହ୍ନକୁ ନେଇ ମଣିଷ ମନରେ କେତେ କଳ୍ପନା ଜଳ୍ପନା । ଜହ୍ନକୁ ନେଇ କେତେ କଥା କେତେ କବିତା କେତେ ସ୍ମୃତି ପୁଣି କେତେ ବ୍ୟଥା । ଜହ୍ନ ତ ସବୁବେଳେ ସୁନ୍ଦର , ସେ ପୁଣି ପୂର୍ଣ୍ଣମୀର ଜହ୍ନ ଆହୁରି ସୁନ୍ଦର । ଆଜି ଜହ୍ନ ଏକ ଭିନ୍ନ ରଙ୍ଗରେ ଝଲସୁଛି । ଜହ୍ନର ଜୋଛନାରେ ଚମକୁଛି ଆକାଶ । ଆଉ ଜହ୍ନ ଦିଶୁଛି ଗୋଲାପୀ ଗୋଲାପୀ । ଆଜି ଆକାଶରେ ସବୁଠୁ ରହସ୍ୟମୟୀ ଏବଂ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିଲାଣି । ପୂର୍ଣ୍ଣିମା ରାତିରେ ଷ୍ଟ୍ରବେରୀ ଚନ୍ଦ୍ର ଦୃଶ୍ୟମାନ ହୋଇଛି । ଏଥରର ଷ୍ଟ୍ରବେରୀ ମୁନ୍ କେବଳ ଏହାର ନାମ କିମ୍ବା ରଙ୍ଗ ପାଇଁ ନୁହେଁ, ବରଂ ଏହାର \’ମାଇକ୍ରୋ ମୁନ୍\’ ଏବଂ \’ମେଜର ଲୁନାର ଷ୍ଟାଣ୍ଡଷ୍ଟିଲ୍\’ ପାଇଁ ମଧ୍ୟ ବହୁତ ସ୍ୱତନ୍ତ୍ର । ଯଦିଓ ଏହାର ରଙ୍ଗ ଷ୍ଟ୍ରବେରୀ ପରି ନୁହେଁ, କିନ୍ତୁ ଏହାର ନାମ ଆମେରିକୀୟ ଆଦିବାସୀ ପରମ୍ପରା ସହିତ ଜଡ଼ିତ । ସେଠାରେ ଜୁନ୍ ମାସରେ ଏହି ପୂର୍ଣ୍ଣିମା ପରେ ଷ୍ଟ୍ରବେରୀ ଅମଳ ଆରମ୍ଭ ହେଉଥିଲା । ସେଥିପାଇଁ ଏହି ଦିନ ଆସୁଥିବା ଜହ୍ନର ରଙ୍ଗ ଦେଖି ତାହାର ନାମକରଣ କରାଯାଇଛି । ଏହି ବର୍ଷ ଚନ୍ଦ୍ର ପୃଥିବୀଠୁ ସବୁଠାରୁ ଦୂରରେ ରହିବ , ଯାହା ଯୋଗୁଁ ଏହା ସାଧାରଣ ଅପେକ୍ଷା ଛୋଟ ଏବଂ ନିମ୍ନ ଦେଖାଯିବ ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!