Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ

by ସଞ୍ଜୟ ସ୍ୱାଇଁ
June 19, 2025
in Nayagarh
ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ
177
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ସମ୍ମିଳନୀ କକ୍ଷରେ କଟକ ସାଂସଦ କଟକ ଭର୍ତ୍ତୁହରୀ ମହତାବଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ରଣପୁର ବିଧାୟକଙ୍‌କ ପ୍ରତିନିଧି ଇଂ. ଅଭିଷେକ ସାମନ୍ତରାୟ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱାଗତ ଭାଷଣ ରଖିଥିଲେ । କଟକ ସାଂସଦ ‘ବେଟି ବଚାଓ ଓ ବେଟି ପଢ଼ାଓ’ କାର୍ଯ୍ୟକ୍ରମ ସମ୍ପର୍କରଏେ ଆଲୋଚନା କରି ସଫଳତାର ସହିତ ଭାରତ ବର୍ଷର ଅନେକ ଯାଗାରେ ଚାଲିଛି । ଆମ ନୟାଗଡ଼ ଜିଲ୍ଲା ପୂର୍ବ ତୁଳନାରେ କିଛି ମାତ୍ର ସଫଳତା ଲାଭ କରିଛି । କନ୍ୟାସନ୍ତାନ ସୁରକ୍ଷା, ଶିକ୍ଷା ଏବଂ ପୁତ୍ରସନ୍ତାନ ତୁଳନାରେ କନ୍ୟାସନ୍ତାନଙ୍କ ସଂଖ୍ୟା ବୃଦ୍ଧି କରିବା ବିଷୟରେ ଆଲୋଚନା କରିଥିଲେ । ଆଲୋଚନା ପ୍ରାରମ୍ଭରେ ପୂର୍ବ ଦିଶା ବୈଠକ ଆଲୋଚନା ଉପରେ ସମୀକ୍ଷା କରାଯାଇଥିଲା । ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା, ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା, ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସହରାଞ୍ଚଳ ଆବାସ ଯୋଜନା ବିଷୟରେ ସଂପୃକ୍ତ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା । ନୟାଗଡ଼ ପୈାର ପରିଷଦରେ ଆବେଦନ ହିତାଧିକାରୀ ଏବଂ ଚୟନ ହିତାଧିକାରୀ ସଂଖ୍ୟାକୁ ନେଇ ଜିଲ୍ଲାପାଳ କ୍ଷୋଭ ପ୍ରକାଶ କରିଥିଲେ । ଏନେଇ କର୍ମଶାଳା କରି ହିତାଧିକାରୀ ଆବେଦନ ପ୍ରକିୟାକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ପରିମଳ, ବେଟି ବଚାଓ ଓ ବେଟି ପଢ଼ାଓ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଗୃହ ଯୋଜନା ଉପରେ ସଂପୃକ୍ତ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଦସ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିଜାରୀ ଲଗ୍ନଜିତ ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମଞ୍ଚାସୀନ ଅତିଥିଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯିବା ପରେ ସଭାସାଙ୍ଗ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!