Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

by ସଞ୍ଜୟ ସ୍ୱାଇଁ
June 20, 2025
in Feature News
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
215
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ । ତେବେ ମୋଦୀଙ୍କୁ ଦେଖିବାକୁ ଭୁବନେଶ୍ୱରରେ ପ୍ରବଳ ଭିଡ ହୋଇଛି । ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ୧୧ ବର୍ଷ, ରାଜ୍ୟ ସରକାରଙ୍କ ବର୍ଷେ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହେବେ। ଜନତା ମଇଦନାରେ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ଅବସରରେ ପ୍ରାୟ ୧୯ ହଜାର କୋଟିର ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ। ନୂତନ ରେଳ ସେବା ଓ ୧୦୦ଟି ଇଲେକ୍ଟ୍ରିକ୍‌ ବସର ଶୁଭାରମ୍ଭ ହେବ। ଏହି ଅବସରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପୁସ୍ତିକା ଉନ୍‌ମୋଚନ ହେବ। ୨୦୩୬ରେ ଓଡିଶାର ଶହେ ବର୍ଷ ପୂର୍ତ୍ତି ଓ ୨୦୪୭ରେ ଦେଶ ସ୍ୱାଧୀନତାକୁ ଶହେ ବର୍ଷ ପୂର୍ତ୍ତିକୁ ଦୃଷ୍ଟିରେ ରଖି ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ମଧ୍ୟ ପ୍ରକାଶ କରିବେ ପ୍ରଧାନମନ୍ତ୍ରୀ। ଏହାବ୍ୟତୀତ ଓଡ଼ିଆଙ୍କ ଅବଦାନକୁ ଶ୍ରଦ୍ଧା ସୁମନ ସ୍ୱରୂପ, ପ୍ରଧାନମନ୍ତ୍ରୀ ‘ବରପୁତ୍ର ସମ୍ମାନ ଯୋଜନା’ ଆରମ୍ଭ ହେବ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!