Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୫ରେ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ

by ସଞ୍ଜୟ ସ୍ୱାଇଁ
June 23, 2025
in Feature News
୨୫ରେ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ
149
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଅଭିଯୋଗ କରି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଜୁନ୍‌ ୨୫ ତାରିଖ ଦିନ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନର ଡାକରା ଦେଇଛି। ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ, ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ଶ୍ରୀ ବ୍ୟୋମକେଶ ରାୟ ଓ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହିତ ଜୁନ୍‌ ୨୫ ତାରିଖରେ ବିଜେଡି ତରଫରୁ ହେବାକୁ ଥିବା ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ସମ୍ପର୍କରେ ସୂଚନା ଦେଇଥିଲେ। ବ୍ୟୋମକେଶ ରାୟ କହିଥିଲେ, ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ, ରାଜ୍ୟର ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ଯୁବତୀ ମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି। ଗୋପାଳପୁର ଭଳି ଏକ ପର୍ଯ୍ୟଟନସ୍ଥଳରେ ଜଣେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗଛରେ ବାନ୍ଧି ଦେଇ ତାଙ୍କ ସାମ୍ନାରେ ଯୁବତୀ ଜଣଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଖଃଦ ଘଟଣା ଘଟିଥିଲା। ରାଜ୍ୟରେ ପ୍ରତିଦିନ ପ୍ରାୟ ୧୫ ଜଣ ଯୁବତୀ ଦୁଷ୍କର୍ମର ଶିକାର ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଏଭଳି ଘଟଣା ବୃଦ୍ଧି ପାଉଥିବାରୁ, ଯୁବତୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦୁଃଖ ଓ ପରିତାପର ବିଷୟ, ଏହିଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ, ରାଜ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ଓ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ବେଳେ ଓ ରାଜ୍ୟର ୧୧ଟି ଜିଲ୍ଲା ହଇଜା ଓ ଡାଇରିଆରେ କଲବଲ ହେଉଥିବା ବେଳେ ରାଜ୍ୟ ବିଜେପି ସରକାର ଏକ ବର୍ଷ ପୂର୍ତ୍ତିର ଉତ୍ସବ ପାଳନ କରୁଛନ୍ତି। ରାଜ୍ୟ ସରକାରଙ୍କୁ ଚେତାଇ ଦେବା ଉଦ୍ଦେଶ୍ୟରେ, ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ଆୟୋଜିତ ହେବ। ଦେବୀ ରଞ୍ଜନ ତ୍ରିପାଠୀ କହିଥିଲେ, ଆସନ୍ତା ଜୁନ୍‌ ୨୫ ତାରିଖରେ ଏହି ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ କାର୍ଯ୍ୟକ୍ରମ ମାଧ୍ୟମରେ, ଶ୍ରେଣୀ ବର୍ଜନ, କଳାବ୍ୟାଚ ପରିଧାନ, ପିକେଟିଂ, କୁଶ ପୁତ୍ତଳିକା ଦାହ ଇତ୍ୟାଦି କାର୍ଯ୍ୟକ୍ରମ କରାଯିବ। ରାଜ୍ୟର ସମସ୍ତ କଲେଜ ଗୁଡିକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!