Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ

by ସଞ୍ଜୟ ସ୍ୱାଇଁ
June 25, 2025
in Nayagarh
ସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ
150
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ଓ ରୋଟାରୀ କ୍ଲବ ସହଭାଗିତାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିବା ସହ ପ୍ରଥମ ରକ୍ତଦାତା ଭାବେ ରକ୍ତଦାନ କରିଥିଲେ । ତାଙ୍କ ଜୀବନର ଏହା ୫୦ ତମ ରକ୍ତଦାନ ବୋଲି ସେ ସୂଚନା ଦେଇଥିଲେ । ଅନ୍ୟତମ ଅତିଥି ଭାବେ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶ ଏବଂ ସମାଜସେବୀ ଦାମୋଦର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ କୁମାର ରଣସିଂ ଯୋଗ ଦେଇଥିଲେ ।

ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ର, କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡା, ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ କୁମାର ଖଟେଇ, ସମ୍ପାଦକ ଅବିନାଶ ସାହୁ ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ଜିଲ୍ଲା ପ୍ରତିନିଧି ଏବଂ ସେମାନଙ୍କ ପରିବାଦ ସଦସ୍ୟ ରକ୍ତଦାନ କରିଥିଲେ । ସେହିଭଳି ଭାବେ ବଣିକ ସଂଘ, ଡ୍ରାଇଭର ସଂଘ, ୟୁନିଟେକ ରେସିଡେନ୍ସିଆଲ୍ କଲେଜ, ଡିଭାଇନ୍ କଲେଜ ଏବଂ ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାମିଲ ହୋଇ ରକ୍ତଦାନ କରିଥିଲେ । ନୟାଗଡ଼ ବ୍ଲକ ବ୍ୟାଙ୍କ ପକ୍ଷରୁ ଡା. ଦେବୀଦତ୍ତ ଦିବ୍ୟରଞ୍ଜନ ମିଶ୍ର, କାଉନସିଲର ଅଜୟ କୁମାର ପଟ୍ଟନାୟକ, ରବୀନ୍ଦ୍ର ନାଥ ସାହୁ, ଅଭିମନ୍ୟୁ ସାହୁ, ସନ୍ତୋଷ କୁମାର ସେଠୀ ପ୍ରମୂଖ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ । ମୋଟ ୭୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ପ୍ରଶାନ୍ତ କୁମାର ଜେନା, ରଜତ ପଟ୍ଟନାୟକ, ନିହାର ରଞ୍ଜନ ପଟ୍ଟନାୟକ, ବିଶ୍ୱଜିତ ନାୟକ, ସ୍ୱରୁପ ପଟ୍ଟନାୟକ, ରବୀନ୍ଦ୍ର ଦାଶ, ପ୍ରଭାତ କୁମାର ମହାପାତ୍ର, ବିଭୂତି ଭୂଷଣ ସ୍ୱାଇଁ ପ୍ରମୂଖ ସାମିଲ ହୋଇ ସହଯୋଗ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!