Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାରେ ବସି ସରକାରଙ୍କୁ ଚେତାଇଲେ ଛାତ୍ରଛାତ୍ରୀ

by ସଞ୍ଜୟ ସ୍ୱାଇଁ
June 25, 2025
in Nayagarh
ରାସ୍ତାରେ ବସି ସରକାରଙ୍କୁ ଚେତାଇଲେ ଛାତ୍ରଛାତ୍ରୀ
311
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ତୀବ୍ରତର ହୋଇଛି । ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ଅନୁଷ୍ଠିତ ହୋଇଛି । ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ ହୋଇଛି । ଶହ ଶହ ସଂଖ୍ୟାରେ ଛାତ୍ରଛାତ୍ରୀ ସାମିଲ ହୋଇ ପ୍ରତିବାଦ କରିଛନ୍ତି । ଛାତ୍ରଛାତ୍ରୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା, ରାଜ୍ୟ ଯୁବ ସମ୍ପାଦକ ଅନୱାର ଅଲ୍ଲୀ, ରବୀନ୍ଦ୍ର ଜେନା, ପ୍ରମୋଦ ସାହୁ, ଅମୁଲ୍ୟ ସାହୁ ପ୍ରମୁଖ ଆନ୍ଦୋଳନର ନେତୃତ୍ୱ ନେଇଥିଲେ । ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ, ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡ଼ୁଛି । ଯୁବତୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି। ଗୋପାଳପୁର ଭଳି ଏକ ପର୍ଯ୍ୟଟନ ସ୍ଥଳୀରେ ଗଣଦୁଷ୍କର୍ମ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଖଃଦ ଘଟଣା ଘଟିଥିଲା। ରାଜ୍ୟରେ ପ୍ରତିଦିନ ପ୍ରାୟ ୧୫ ଜଣ ଯୁବତୀ ଦୁଷ୍କର୍ମର ଶିକାର ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଏଭଳି ଘଟଣା ବୃଦ୍ଧି ପାଉଥିବାରୁ, ଯୁବତୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦୁଃଖ ଓ ପରିତାପର ବିଷୟ, ଏହିଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ, ରାଜ୍ୟ ସରକାର ନୀରବ ଦ୍ରଷ୍ଟା ସାଜିଛନ୍ତି ଓ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ରାଜ୍ୟ ସରକାରଙ୍କୁ ଚେତାଇ ଦେବା ଉଦ୍ଦେଶ୍ୟରେ ଏହି ଛାତ୍ର ଆନ୍ଦୋଳନ ଆଜି ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ କରାଯାଇଥିଲା । ପୁଲିସ ପ୍ରଶାସନ ପକ୍ଷରୁ ବୁଝାଶୁଝା ପରେ ବି ଆନ୍ଦୋଳନ ବନ୍ଦ ହୋଇନଥିଲା । ଫଳରେ ପୁଲିସ ଯୁବ ଓ ଛାତ୍ର ନେତାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖି ପରେ ଛାଡ଼ିଥିବା ସୂଚନା ମିଳିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!