Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ତର୍ଜାତୀୟ ଔଷଧ ଅପବ୍ୟବହାର ଓ ଅବୈଧ ଚାଲାଣ ନିରୋଧ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
June 26, 2025
in Feature News
ଆନ୍ତର୍ଜାତୀୟ ଔଷଧ ଅପବ୍ୟବହାର ଓ ଅବୈଧ ଚାଲାଣ ନିରୋଧ ଦିବସ ପାଳିତ
204
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଠ ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ ତଥା ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ତତ୍ବାବଧାନରେ ଖୁଣ୍ଟୁବନ୍ଧ ସରକାରୀ ଆଇଟିଆଇ କଲେଜରେ ଆନ୍ତର୍ଜାତୀୟ ଔଷଧ ଅପବ୍ୟବହାର ଓ ଅବୈଧ ଚାଲାଣ ନିରୋଧ ଦିବସ ଓ ପକସୋ ଆକ୍ଟ ଉପରେ ସଚେତନତା କାର‌୍ୟ୍ୟକ୍ରମ ହୋଇଯାଇଛି। ଏଥିରେ ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ପ୍ରଦୀପ ପ୍ରଜ୍ଵଳନ କରି ଆନ୍ତର୍ଜାତୀୟ ଔଷଧ ଅପବ୍ୟବହାର ଓ ଅବୈଧ ଚାଲାଣକୁ ରୋକିବା ଉପରେ ସଚେତନତା କରାଇଥିଲେ । ଏଥିରେ ସମ୍ମାନିତ ଅତିଥିରୂପେ ବରିଷ୍ଠ ଅଧିବକ୍ତା ରମେଶ ଚନ୍ଦ୍ର ମହାରଣା ପୋକସୋ ଆଇନ ୨୦୧୨ ର ଚାଇଲ୍ଡ ପୋର୍ନୋଗ୍ରାଫୀ ଦେଖିବା, ରଖିବା , ଡାଉନଲୋଡ କରି ସେୟାର କରିବା ଅପରାଧ ଏହାର ନିବାରଣ ଓ ନିରାକରଣ ଉପରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥିରୂପେ ସୋହମ ସମ୍ପାଦକ ଓକିଲ କାମାକ୍ଷା ଦାସ, ପିରାମଲ ଫାଉଣ୍ଡେସନର ଅମନ ମିଶ୍ର ଔଷଧ ଅପବ୍ୟବହାର ଓ ଅବୈଧ ଚାଲାଣରେ ସଂଶ୍ଳିଷ୍ଟ ନହେବା ପାଇଁ ସଚେତନ କରାଇଥିଲେ । ଏଥିରେ ଆଇ. ଟି . ଆଇ କଲେଜର ଟ୍ରେନିଂ ଅଫିସର ସୁଶାନ୍ତ କୁମାର ଜେନା, ଅଧ୍ୟାପକ ଜିତେନ୍ଦ୍ର କୁମାର ବରାଳ, ପ୍ରାଧିକରଣ କର୍ମଚାରୀ ପ୍ରଶାନ୍ତ ସାହୁ, ରାଜେଶ ବାରିକ, ଅଧିକାର ମିତ୍ର ଶୁଭସ୍ମିତା ମିଶ୍ର ପ୍ରଭାସିନୀ ରାଉତ, ମମତା ବେହେରା, ମିକି ରାଉତ ସହଯୋଗ କରିଥିଲେ । ସର୍ବଶେଷରେ ଅଧ୍ୟକ୍ଷ କାନ୍ତି ରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!