Sunday, January 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜନ୍ମବେଦୀ ମୁହାଁ କାଳିଆ ସାଆନ୍ତ

by ସଞ୍ଜୟ ସ୍ୱାଇଁ
June 27, 2025
in Feature News
ଜନ୍ମବେଦୀ ମୁହାଁ କାଳିଆ ସାଆନ୍ତ
15
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମହାପ୍ରଭୃ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୃ ଶ୍ରୀ ଜଗନ୍ନାଥ ବଡ଼ଭାଇ ଏବଂ ସାନଭଉଣୀଙ୍କ ସହ ରଥାଋଢ଼ ହୋଇଛନ୍ତି । ନୟାଗଡ଼ ପୁରୁଣାସହରରେ ଅବସ୍ଥିତ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ରଥଯାତ୍ରା ପାଇଁ ସବୁ ପ୍ରକାର ବ୍ୟବସ୍ଥା ହୋଇଥିବା ବେଳେ ଆଜି ଭକ୍ତ ଓ ଭଗବାନ ଏକାକାର ହୋଇଛନ୍ତି । ନୀତି ଅନୁସାରେ, ଶୁକ୍ରବାର ସକାଳୁ ପୂଜାର୍ଚ୍ଚନା କରାଯାଇ ରଥଯାତ୍ରା ଆରମ୍ଭ ପର୍ବ ଆରମ୍ଭ ହୋଇଛି । ସକାଳ ୯ ଘଟିକାରେ ରଥ ପ୍ରତିଷ୍ଠା, ୧୦ଟା ୩୦ରେ ପହଣ୍ଡି ବିଜେ କରାଯାଇଛି । ରାଜା ରାମେଶ୍ୱର ପ୍ରସାଦ ସିଂ ମାନଧାତା ରଥର ଛେରା ପହଁରା କରିଥିଲେ । ଅପରାହ୍ନ ୩ଟା ୩୦ ବେଳକୁ ଛେରା ପହଁରା କରାଯାଇଥିଲା । ଅପରାହ୍ନ ୩ଟା ୩୦ରେ ରଥଟଣା ଆରମ୍ଭ ହେବାକୁ ଧାର୍ଯ୍ୟ ହୋଇଥିବା ବେଳେ ଏହା ବିଳମ୍ବିତ ହୋଇ ୪ଟା ୩୦ରେ ଅନୁଷ୍ଠିତ ହୋଇଥିଲା । ଦେବୋତ୍ତର କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାରଙ୍କ ତତ୍ୱାବଧାନରେ କାର୍ଯ୍ୟ ସମାପନ ହୋଇଥିଲା । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ରହିଥିଲେ । ଦେବୋତ୍ତର ବିଭାଗ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!