Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରକୋଟ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
April 4, 2026
in Nayagarh
ବଜ୍ରକୋଟ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ
83
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଏହି ବର୍ଷର ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ପାଳିତ ହୋଇଛି। ନୂତନ ଶିକ୍ଷାବର୍ଷର ଆରମ୍ଭକୁ ଉତ୍ସବମୁଖର ପରିବେଶରେ ସ୍ୱାଗତ କରିବା ପାଇଁ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ବିଦ୍ୟାଳୟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ନୂତନ ଭାବେ ନାମ ଲେଖାଇବା ପାଇଁ ଆସିଥିବା ଶିଶୁମାନଙ୍କୁ ଫୁଲମାଳା, ଚନ୍ଦନ ଟିକା, ମିଠା ଓ ଚକୋଲେଟ ଦେଇ ସ୍ନେହଭରା ସ୍ୱାଗତ କରାଯାଇଥିଲା। ଏହା ପରେ ଶିଶୁମାନଙ୍କୁ ପୁଷ୍ପ ଓ ଦୀପ ମାଧ୍ୟମରେ ବନ୍ଦାପନା କରାଯାଇଥିଲା । ଶିଶୁମାନଙ୍କ ମୁହଁରେ ଖୁସି ଓ ଉତ୍ସାହ ସ୍ପଷ୍ଟ ଦେଖାଯାଉଥିଲା। ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ ଅଭିଭାବକଙ୍କୁ ଶିକ୍ଷାର ଗୁରୁତ୍ୱ ଓ ସରକାରୀ ବିଦ୍ୟାଳୟର ବିଭିନ୍ନ ସୁବିଧା ସମ୍ବନ୍ଧରେ ଜଣାଇଥିଲେ । ଗ୍ରାମବାସୀ ଓ ଅଭିଭାବକମାନଙ୍କ ସକ୍ରିୟ ସହଭାଗିତାରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା । ବିଦ୍ୟାଳୟ ପରିବେଶକୁ ରଙ୍ଗିନ ବେଲୁନ, ଫୁଲରେ ସୁଶୋଭିତ କରାଯାଇଥିଲା, ଯାହା ଛୋଟ ଛୋଟ ଶିଶୁମାନଙ୍କୁ ଆକର୍ଷିତ କରିଥିଲା। ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରଣା ସମସ୍ତ ନୂତନ ଶିଶୁମାନଙ୍କୁ ପଢ଼ାଶୁଣାରେ ନିୟମିତ ହେବା ପାଇଁ ପ୍ରେରଣା ପ୍ରଦାନ କରିଥିଲେ । ଏପରି କାର୍ଯ୍ୟକ୍ରମ ଦ୍ୱାରା ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ପାଇବ ବୋଲି ମତ ପ୍ରକାଶ ପାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!