Thursday, July 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

by ସଞ୍ଜୟ ସ୍ୱାଇଁ
April 20, 2026
in Nayagarh
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ
75
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରୋଟାରୀ କ୍ଲବ୍ ନୟାଗଡ଼ ପକ୍ଷରୁ ରୋଟାରୀ କ୍ଲବର ପ୍ରତିଷ୍ଠାତା ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ ପାଳିତ ହୋଇଯାଇଛି। କ୍ଲବ୍‌ର ସଭାପତି ବସିରନ ବିବିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରୋଟାରୀର ସେବା ଓ ଆଦର୍ଶ ସମ୍ପର୍କରେ ଆଲୋଚନା କରାଯାଇଥିଲା। ପଲ୍ ହ୍ୟାରିସ୍ ୧୮୬୮ ମସିହା ଅପ୍ରେଲ ୧୯ରେ ଜନ୍ମଗ୍ରହଣ କରିଥିଲେ। ୧୯୦୫ ମସିହାରେ ନିଜର କିଛି ବନ୍ଧୁ ମାନଙ୍କୁ ନେଇ ଆମେରିକା ର ଚିକାଗୋ ସହରରେ ରୋଟାରୀ କ୍ଲବ ର ସ୍ଥାପନା କରିଥିଲେ। ଏହି ଅବସରରେ ନୟାଗଡ଼ର ପ୍ରସିଦ୍ଧ ‘ଛେନାପୋଡ଼’ କାଟି ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ ପାଳନ କରାଯାଇଥିଲା। ଏହି ଉତ୍ସବରେ ଏକ ନିଆରା ପରମ୍ପରା ସୃଷ୍ଟି କରିଥିଲା। ଉପସ୍ଥିତ ରୋଟାରିଆନ ମାନେ ପଲ୍ ହ୍ୟାରିସ୍‌ଙ୍କ ସ୍ମୃତି ଚାରଣ କରିବା ସହ ବିଶ୍ୱଶାନ୍ତି ଓ ସମାଜ ସେବା କ୍ଷେତ୍ରରେ ତାଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ରେ କ୍ଲବ୍‌ର ଉପସଭାପତି ମଦନମୋହନ ମହାପାତ୍ର, ବରିଷ୍ଠ ସଦସ୍ୟ ଜି ରଶ୍ମିରାଜ୍, ମିହିର ରଞ୍ଜନ ନାୟକ, ପ୍ରଶାନ୍ତ ପଟ୍ଟନାୟକ, ଶ୍ରୀକୁମାର ରଥ, ବାସୁଦେବ ସାହୁ, ଦେବାଶିଷ ପଟ୍ଟନାୟକ, ଦିଲ୍ଲୀପ ମିଶ୍ର ଏବଂ ଧିରେନ୍ଦ୍ର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପଲ୍ ହ୍ୟାରିସ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସମାଜର କଲ୍ୟାଣ ପାଇଁ ରୋଟାରୀର ଲକ୍ଷ୍ୟକୁ ଆଗକୁ ବଢ଼ାଇବା ପାଇଁ ସଦସ୍ୟମାନେ ଏହି ଅବସରରେ ସଂକଳ୍ପ ଗ୍ରହଣ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!