Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

by ସଞ୍ଜୟ ସ୍ୱାଇଁ
April 23, 2026
in Nayagarh
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି
90
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ। କେଉଁଠି ଶାସକ ଦଳ ଗୁଣ୍ଡା ସାଜିଲାଣି ତ ଆଉ କେଉଁଠି ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀ ନିର୍ଦ୍ଧିଷ୍ଟ ଦଳୀୟ ବ୍ୟକ୍ତି ବିଶେଷ ଭାବେ କାମ କରୁଛନ୍ତି। ତ ଆଉ କେଉଁଠି ବିଧାୟକ ପ୍ରାର୍ଥୀଙ୍କ ନାମରେ ମହିଳାଙ୍କୁ ଅପହରଣ କରି ନେଇଥିବା ଅଭିଯୋଗ ଆସିଥିବା ବେଳେ ପୋଲିସ ପ୍ରଶାସନର ବରିଷ୍ଠ ପୋଲିସ ଅଧିକାରୀ ଜୈନିକ ମହିଳାଙ୍କୁ ଅଶ୍ଳୀଳ ଫଟୋ ମାଗିବା, ପ୍ରେମ ନିବେଦନ କରିବା ଏବଂ ଶାରିରୀକ ସମ୍ପର୍କ ରଖିବା ଭଳି ସଙ୍ଗୀନ ଅଭିଯୋଗ ନୟାଗଡ଼ ଜିଲ୍ଲା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଜିଲ୍ଲାରେ ଆଇନ୍ ଶୃଙ୍ଖଳା ରକ୍ଷା କରିବାରେ ବିଫକ ପାଲଟିଛି ନୟାଗଡ଼ ପୋଲିସ।

ତେଣୁ ଆଜି ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ନେତୃତ୍ବରେ ବିଜେଡ଼ି ଏକ ଟିମ୍ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀଙ୍କ ସହ ଭେଟ ହୋଇ ବିଭିନ୍ନ ଅଭିଯୋଗ ଓ ଦାବି କରିଥିଲେ। ଏବଂ ବର୍ତ୍ତମାନ ଓଡ଼ିଶାର ଚର୍ଚ୍ଚିତ ଏସଡିପିଓଙ୍କ ଘଟଣାରେ ଏସଡିପିଓ ମଦନ ମୋହନ ପ୍ରଧାନଙ୍କୁ ତୁରନ୍ତ ଗିରଫ୍ କରିବା ପାଇଁ ଦାବି କରିଥିଲେ। ଯଦି ଯଥାଶୀଘ୍ର ଏସଡିପିଓଙ୍କୁ ଗିରଫ୍ କରାନଯାଏ ତେବେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ଡ଼ ସାହୁ ଚେତାବନୀ ଦେଇଛନ୍ତି। ସେପଟେ ଅଭିଯୋଗ ଗୁରୁତ୍ବ ଦିଆଯାଉଛି ଏବଂ ତଦନ୍ତ ଚାଲିଅଛି, ବଦଳି ହୋଇଛି ତଦନ୍ତ ଚାଲିଛି। ତଦନ୍ତ ରିପୋର୍ଟ ଆସିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନୟାଗଡ଼ ବିଧାୟକଙ୍କ ସହ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ୍ ପଟ୍ଟନାୟକ, ଭାପୁର ବ୍ଲକ୍ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ମାନେ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!