Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

by ସଞ୍ଜୟ ସ୍ୱାଇଁ
April 28, 2026
in Nayagarh
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସାମ୍ବାଦିକ ମାନଙ୍କର ବିଭିନ୍ନ ବହୁ ପ୍ରତୀକ୍ଷିତ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥଙ୍କ ଜରିଆରେ ପ୍ରେରିତ ଏହି ସ୍ମାରକପତ୍ରରେ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ସୁରକ୍ଷା ଓ କଲ୍ୟାଣ ନେଇ ୪ ଦଫା ଦାବି ଉପସ୍ଥାପନ କରାଯାଇଛି। ସଂଘ ପକ୍ଷରୁ ଦର୍ଶାଯାଇଥିବା ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ରହିଛି ଅବସରପ୍ରାପ୍ତ ସାମ୍ବାଦିକମାନଙ୍କୁ ସମ୍ମାନଜନକ ପେନସନ ପ୍ରଦାନ କରିବା, କାର୍ଯ୍ୟରତ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ତୁରନ୍ତ ସ୍ୱତନ୍ତ୍ର ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବା, ବ୍ଲକ, ଜିଲ୍ଲା ଏବଂ ରାଜ୍ୟ ସ୍ତରରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ସରକାରୀ ସ୍ୱୀକୃତି ପ୍ରଦାନ ପାଇଁ ଆକ୍ରିଡ଼ିଏସନ କମିଟି ଗଠନ କରି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଏବଂ ସମସ୍ତ ସାମ୍ବାଦିକ ମାନଙ୍କୁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପରିବାରର ବାପା, ମାଆ ଏବଂ ୨୫ ବର୍ଷରୁ ଉର୍ଦ୍ଧ୍ୱ ସନ୍ତାନ ମାନଙ୍କୁ ସାମିଲ କରିବା । ଏହି ଅବସରରେ ସଂଘର ସଦସ୍ୟ ମାନେ ପ୍ରକାଶ କରିଛନ୍ତି ଯେ, ସାମ୍ବାଦିକମାନେ ସମାଜର ବିଭିନ୍ନ ସମସ୍ୟାକୁ ଲୋକଲୋଚନକୁ ଆଣୁଥିବା ବେଳେ ସେମାନଙ୍କର ନିଜସ୍ଵ ସମସ୍ୟା ପ୍ରତି ସରକାର ଦୃଷ୍ଟି ଦେବା ଜରୁରୀ। ଏହି ଦାବିପତ୍ର ପ୍ରଦାନ ସମୟରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ସୁବାସ ଚନ୍ଦ୍ର ମହାପାତ୍ରଙ୍କ ସମେତ ସଦସ୍ୟ ଲୋକନାଥ ମିଶ୍ର, ପୁରୁଷୋତ୍ତମ ମହାପାତ୍ର,ଗୋକୁଳ କୁମାର ଷଡ଼ଙ୍ଗୀ, ବିଭୁତି ଭୂଷଣ ପଟ୍ଟନାୟକ, ସୁଧାକର ମିଶ୍ର, ରଞ୍ଜନ ବେହେରା,ପ୍ରମୋଦ କୁମାର ନନ୍ଦ, ଜିତୁନ କୁମାର ମହାପାତ୍ର, ସତ୍ୟନାରାୟଣ ବେହେରା, ଦୀପକ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!