Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

by ସଞ୍ଜୟ ସ୍ୱାଇଁ
April 28, 2026
in Nayagarh
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ
16
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆ ବାର୍ତ୍ତା): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ପ୍ରକଳ୍ପ ଅନୁମୋଦନ କମିଟି ବୈଠକ ନୟାଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଶପଲ୍ଲା ବ୍ଲକର କଇଁଆଡିହ, ଗୋଡିବିଡା, କୁଲୁରୁକୁମ୍ପା, ଖଣ୍ଡପଡ଼ା ବ୍ଲକର ଇଛାପୁର, ନୂଆଗାଁ ବ୍ଲକର ନୂଆପଲା ଓ ଥୁଆବାରି, ଓଡ଼ଗାଁ ବ୍ଲକର କୈବଲ୍ୟପୁର ଏବଂ ନୟାଗଡ଼ ବ୍ଲକର ହାଟଦ୍ୱାର ଗ୍ରାମକୁ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା। ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ ବୈଠକରେ ଯୋଗଦେଇଥିଲେ। ଯୋଜନା ମାଧ୍ୟମରେ ଅନୁସୂଚିତ ଜାତି ବହୁଳ ଗ୍ରାମମାନଙ୍କର ସାମଗ୍ରିକ ଉନ୍ନୟନ ସହ ସାମାଜିକ ଓ ଆର୍ଥିକ ଭିତ୍ତିମୂଳକ ବିକାଶ ନେଇ ଆଲୋଚନା କରାଯାଇଥିଲା। ଏହା କେନ୍ଦ୍ର ସରକାରଙ୍କ ଏକ ଯୋଜନା ଯେଉଁଥିରେ ୪୦ ପ୍ରତିଶତରୁ ଅଧିକ ଅନୁସୂଚିତ ଜାତି ଲୋକ ବସବାସ କରୁଥିବା ଗ୍ରାମମାନଙ୍କୁ ସାମଗ୍ରିକ ବିକାଶ ପାଇଁ ଚୟନ କରାଯାଏ। ପ୍ରତ୍ୟେକ ଗ୍ରାମ ପାଇଁ ୪୦ ଲକ୍ଷ ଟଙ୍କାର ପ୍ରକଳ୍ପ ଅନୁମୋଦନ କରାଯାଇଛି। ବୈଠକରେ ବିଭିନ୍ନ ବ୍ଲକର ମଣ୍ଡଳ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜିଲ୍ଲା ସ୍ତରୀୟ ଅଧିକାରୀବୃନ୍ଦ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ, ବିଭିନ୍ନ ଗ୍ରାମପଞ୍ଚାୟତର ସରପଞ୍ଚ ଏବଂ ସହାୟକ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ମଙ୍ଗଳ ଅଧିକାରୀ ପରିଚାଳନା କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!