Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

by ସଞ୍ଜୟ ସ୍ୱାଇଁ
May 1, 2026
in Nayagarh
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ
46
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା):  ନୟାଗଡ଼ ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ-୨୦୨୬ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଲୋକସଭା ସାଂସଦ ଡ଼ ସମ୍ବିତ୍ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିର୍ମାଣ ଶ୍ରମିକମାନଙ୍କୁ ବିଭିନ୍ନ ସହାୟତା ରାଶି ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ନ୍ୟାୟ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ, ବାଚସ୍ପତିଙ୍କ ପ୍ରତିନିଧି ଅଭିଷେକ ସାମନ୍ତରାୟ ଓ ବରିଷ୍ଠ ଓକିଲ ଦଣ୍ଡପାଣି ମହାନ୍ତି ଯୋଗଦାନ କରିଥିଲେ। ଏଥିସହିତ ନୟାଗଡ ଜିଲ୍ଲାର ବିଭିନ୍ନ ଟ୍ରେଡ଼ ୟୁନିଅନର କର୍ମକର୍ତ୍ତା, ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ତଥା ୪୦୦ରୁ ଅଧିକ ଶ୍ରମିକ ଉପସ୍ଥିତ ଥିଲେ। ଶ୍ରମ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ। ଏହି ଆନ୍ତର୍ଜାତିକ ଶ୍ରମିକ ଦିବସ ସମାରୋହରେ ମୋଟ ୪୩୭ ଜଣ ନିର୍ମାଣ ଶ୍ରମିକଙ୍କୁ ମୋଟ ୧,୯୮,୭୦,୮୦୦.୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ- ୨୧୩ ଜଣ ହିତାଧିକାରୀଙ୍କୁ ଶିକ୍ଷା ସହାୟତା ବାବଦରେ ୧୮,୪୫,୮୦୦.୦୦ ଟଙ୍କା, ୧୫୨ ଜଣ ହିତାଧିକାରୀଙ୍କୁ ବିବାହ ସହାୟତା ବାବଦରେ ୭୫,୫୦,୦୦୦ ଟଙ୍କା, ୩୭ ଜଣ ନିର୍ମାଣ ଶ୍ରମିକ କାର୍ଡଧାରୀଙ୍କ ପରିବାରବର୍ଗଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦରେ ୧, ୦୩,୦୦,୦୦୦.୦୦ ଟଙ୍କା, ୩୫ ଜଣ ପରିବାରବର୍ଗଙ୍କୁ ଅନ୍ତେଷ୍ଟିକ୍ରିୟା ସହାୟତା ବାବଦରେ ୧,୭୫,୦୦୦.୦୦ ଟଙ୍କା ପ୍ରଦାନ କରାଯାଇଛି। ଏହା ସହିତ ୧୦୦ ଜଣ ନିର୍ମାଣ ଶ୍ରମିକଙ୍କୁ ନୂତନ କାର୍ଡ ପ୍ରଦାନ କରାଯାଇଥିବା ବେଳେ ୩୦ ଜଣ ଅଣସଂଗଠିତ ଶ୍ରମିକଙ୍କୁ ମଧ୍ୟ ନୂତନ କାର୍ଡ ପ୍ରଦାନ କରାଯାଇଛି। ଜିଲ୍ଲା ଶ୍ରମ ଅଧିକାରୀ, କଲ୍ୟାଣ (ଭାରପ୍ରାପ୍ତ)  ତେଜ କୁମାର ବାଗେଙ୍କ ନିର୍ଦ୍ଦେଶକ୍ରମେ ସହକାରୀ ଶ୍ରମ ଅଧିକାରୀ ମାନେ ସମସ୍ତ କାର୍ଯ୍ୟ ସୁଚାରୁରୂପେ ସମ୍ପାଦନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!