Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬୫ ଜଣ ନୂତନ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

by ସଞ୍ଜୟ ସ୍ୱାଇଁ
March 18, 2021
in Feature News
୬୫ ଜଣ ନୂତନ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ
312
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା);ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ମତ୍ସ୍ୟସଂପଦର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଛି । ରାଜ୍ୟ ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ପାଇଁ ଲକ୍ଷ୍ୟ ରଖିଥିବାବେଳେ ମାଛଚାଷ କୃଷକମାନଙ୍କ ଆୟବୃଦ୍ଧିରେ ବିଶେଷ ସହାୟକ ହୋଇପାରୁଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ମଧ୍ୟାହ୍ନରେ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆୟୋଜିତ ‘କୃଷି ଓଡ଼ିଶା ୨୦୨୧’ ପରିସରରେ ୬୫ ଜଣ ନୂତନ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ ଅବସରରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ଡ. ସାହୁ କହିଲେ ପ୍ରାକୃତି ସଂପଦରେ ଭରପୂର ଆମ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ପର୍ଯ୍ୟାପ୍ତ ସୁଯୋଗ ରହିଛି । ରାଜ୍ୟରେ ୪୮୦ କିମି ଦୀର୍ଘ ଉପକୂଳ, ୬.୮୬ ଲକ୍ଷ ହେକଫର ମଧୁର ଜଳ ଓ ୪.୧୮ ଲକ୍ଷ ହେକଫର ଖାରିପାଣି ଅଞ୍ଚଳ ରହିଛି । ଆଧୁନିକ ଜ୍ଞାନକୌଶଳ ଓ ବୈଜ୍ଞାନିକ ପଦ୍ଧତିରେ ମାଛଚାଷ କରି ରାଜ୍ୟକୁ ମତ୍ସ୍ୟ ଉତ୍ପାଦନରେ ସ୍ୱାବଲମ୍ବୀ କରିବା ସହିତ ରପ୍ତାନୀ ବୃଦ୍ଧି କରି ଅଧିକରୁ ଅଧିକ ବୈଦେଶିକ ମୁଦ୍ରା ଅର୍ଜନ କରିବା ଆମର ଲକ୍ଷ୍ୟ ହେବା ଉଚିତ୍‌ । ବିଗତ ୨୦ ବର୍ଷ ମଧ୍ୟରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ୨.୫୯ ଲକ୍ଷ ମେଟି୍ରକ୍‌ ଟନ୍‌ରୁ ୮.୧୬ ଲକ୍ଷ ମେଟି୍ରକ୍‌ ଟନ୍‌ ବୃଦ୍ଧି ପାଇଛି । ସେହିପରି ମତ୍ସ୍ୟ ରପ୍ତାନୀ ୩୭୯ କୋଟି ଟଙ୍କାରୁ ୩୨୪୩ କୋଟି ଟଙ୍କାକୁ ବୃଦ୍ଧି ପାଇଛି । ରାଜ୍ୟର ପ୍ରାୟ ୧୪.୬୪ ଲକ୍ଷ ଲୋକ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ମତ୍ସ୍ୟ କ୍ଷେତ୍ର ସହିତ ଜଡ଼ିତ ଥିବାରୁ ସେମାନଙ୍କର ଅର୍ଥନୈତିକ ଅଭିବୃଦ୍ଧି ନିମନ୍ତେ ମତ୍ସ୍ୟ ଅଧିକାରୀମାନେ ନିଷ୍ଠା ଓ ଆନ୍ତରିକତାର ସହ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ଡଃ ସାହୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରବର୍ତ୍ତିତ ୫ ‘ଟି’ ଓ ମୋ ସରକାରକୁ କଡ଼ାକଡ଼ି ଭାବେ ପାଳନ କରି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ କଲ୍ୟାଣକାରୀ କାର୍ଯ୍ୟକ୍ରମର ସୁଫଳ ଚାଷୀମାନଙ୍କ ନିକଟରେ ସିଧାସଳଖ ପହଞ୍ଚାଇବା ପାଇଁ ମନ୍ତ୍ରୀ କହିଥିଲେ । ଏଥିସହିତ ନବନିଯୁକ୍ତ ସହକାରୀ ମତ୍ସ୍ୟ ଅଧିକାରୀମାନେ ବୃତ୍ତିଗତ କର୍ତ୍ତବ୍ୟ ଓ ସେବା ମନୋଭାବ ନେଇ କାର୍ଯ୍ୟଶୈଳୀରେ ଉନ୍ନତି ଓ ନିଜ ନିଜ କ୍ଷେତ୍ରରେ ନେତୃତ୍ୱ ସୃଷ୍ଟି କରିପାରିଲେ ରାଜ୍ୟର ଅଗଣିତ ମତ୍ସ୍ୟଚାଷୀ ଓ ମତ୍ସ୍ୟଜୀବୀମାନେ ବହୁଳ ଭାବରେ ଉପକୃତ ହୋଇପାରିବେ ବୋଲି ମନ୍ତ୍ରୀ ଡଃ ସାହୁ କହିଥିଲେ । ଉତ୍ସବରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌.ରଘୁପ୍ରସାଦ କହିଲେ ନବନିଯୁକ୍ତ ଅଧିକାରୀମାନେ ମତ୍ସ୍ୟ ସମ୍ପଦ ବିକାଶ କ୍ଷେତ୍ରରେ ନୂତନ ଜ୍ଞାନକୌଶଳ ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଉପରେ ବିଶେଷ ଧ୍ୟାନ ଦେବା ଆବଶ୍ୟକ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମତ୍ସ୍ୟ ଓ ଆନୁଷଙ୍ଗିକ କ୍ଷେତ୍ରରେ ଅଧିକରୁ ଅଧିକ ନୂତନ ଯୁବ ଉଦ୍ୟୋଗୀ ସୃଷ୍ଟି କରିପାରିଲେ ମତ୍ସ୍ୟସମ୍ପଦର ବିକାଶ ସହିତ ରୋଜଗାର ସୁଯୋଗ ବୃଦ୍ଧି ପାଇବ । ଏଥିସହିତ ରାଜ୍ୟରେ ଥିବା ବିସ୍ତୃତ ଖାରିପାଣି ଅଞ୍ଚଳର ପୂର୍ଣ୍ଣ ବିନିଯୋଗ କରି ଅଧିକ ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀର ସୁଯୋଗ ରହିଛି ବୋଲି ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ କହିଥିଲେ । ପ୍ରାରମ୍ଭରେ କମିଶନର ତଥା ନିର୍ଦ୍ଦେଶକ ଶ୍ରୀ ରତ୍ନାକର ରାଉତ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଉତ୍ସବରେ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ପୁରନ୍ଦର ଧାରୁଆ ଓ ମତ୍ସ୍ୟ ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଉମେଶ କୁମାର ମହାନ୍ତିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!