Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ମୋ ସ୍କୁଲ୍ ଅଭିଯାନ’ : ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

by ସଞ୍ଜୟ ସ୍ୱାଇଁ
March 25, 2021
in Feature News
‘ମୋ ସ୍କୁଲ୍ ଅଭିଯାନ’ : ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ
194
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ‘ମୋ ସ୍କୁଲ୍ ଅଭିଯାନ’ର ୨୩ତମ କାର୍ଯ୍ୟକାରୀ ପରିଷଦ ବୈଠକ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଓଡ଼ିଶାର ୨୮ଟି ଜିଲ୍ଲାର ମୋଟ ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ୧ ମାସ ମଧ୍ୟରେ ୪୬ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ମୋ ସ୍କୁଲ୍ ଅଭିଯାନ ସହ ଯୋଡ଼ି ହୋଇଥିବା ବେଳେ ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୯ କୋଟି ୬୯ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ବାଲେଶ୍ୱରରେ ୨.୭୬ କୋଟି, କଳାହାଣ୍ଡିରେ ୮୨ ଲକ୍ଷ, କଟକରେ ୬୪ ଲକ୍ଷ, ଅନୁଗୁଳରେ ୬୧ ଲକ୍ଷ ଏବଂ ବରଗଡ଼ରେ ୫୮ ଲକ୍ଷ ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି । ଏହାସହ ବିଭିନ୍ନ ସିଏସ୍‌ଆର୍ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ମୋଟ ୪୮.୮ କୋଟି ଟଙ୍କାର ଅନୁଦାନ ଆସିଛି । ସମସ୍ତ ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୭୫ କୋଟି ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟକାରୀ ପରିଷଦ ଅନୁମୋଦନ ପ୍ରଦାନ କରିଛି ।

ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୬୦ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଥିବା ବେଳେ ରାଜ୍ୟରେ ସମସ୍ତ ଜିଲ୍ଲାର ୩୧ ହଜାର ସ୍କୁଲ୍ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଛି । କରୋନା ସତ୍ତ୍ୱେ ଚଳିତ ଆର୍ଥିକବର୍ଷ ମାର୍ଚ୍ଚ ସୁଦ୍ଧା ପୁରାତନ ଛାତ୍ରଛାତ୍ରୀମାନେ ୫୦.୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥାହେଲା, ‘ମୋ ସ୍କୁଲ୍ ଅଭିଯାନ’ ପ୍ରଥମଥର ପାଇଁ କୌଣସି ଜିଲ୍ଲାର ସମସ୍ତ ହାଇସ୍କୁଲ୍‌ରେ ପହଞ୍ଚିପାରିଛି । ଅନୁଗୁଳ ଜିଲ୍ଲାର ପ୍ରତ୍ୟେକ ଉଚ୍ଚ ବିଦ୍ୟାଳୟ ସହ ପୁରାତନ ଛାତ୍ରମାନେ ଯୋଡ଼ି ହୋଇଥିବା ବେଳେ ମୋ ସ୍କୁଲ୍ ଅଭିଯାନ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ।

ରାଜ୍ୟରେ ଯେଉଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଯୁକ୍ତ ୨ କଲେଜଗୁଡ଼ିକ ଯୁକ୍ତ ୩ ଡିଗ୍ରୀ କଲେଜ ବା ମହାବିଦ୍ୟାଳୟ ସହ ଗୋଟିଏ କ୍ୟାମ୍ପସରେ ନ ଥାଇ ଭିନ୍ନଭାବେ ରହିଥିବ ସେଗୁଡ଼ିକୁ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ କରିବାକୁ କାର୍ଯ୍ୟକାରୀ ପରିଷଦ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେବାକୁ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

‘ମୋ ସ୍କୁଲ୍ ଅଭଯାନ’ ପ୍ରଥମଥର ପାଇଁ ‘ଅଗସ୍ତ୍ୟ ଫାଉଣ୍ଡେଶନ’ ଏବଂ ‘ଇନ୍‌ଫୋସିସ୍ ଫାଉଣ୍ଡେସନ’ ସହ ମିଳିତଭାବେ ୭୫୦ ହାଇସ୍କୁଲ୍‌ର ବିଜ୍ଞାନ ଓ ଗଣିତ ଶିକ୍ଷକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି । ଗଣିତ ଓ ବିଜ୍ଞାନ ଶିକ୍ଷକଙ୍କ ଦକ୍ଷତା ବିକାଶ ସହ ଛାତ୍ରଛାତ୍ରୀଙ୍କ ପାଇଁ କିଭଳି ଗଣିତ ଓ ବିଜ୍ଞାନ ଶିକ୍ଷା ସହଜ କରିହେବ ତାହା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ରହିବ । କୋଭିଡ୍ ପରିସ୍ଥିତିରେ ପିଲାମାନଙ୍କ ପାଠପଢା ଅଭ୍ୟାସ ବିଶେଷଭାବେ ପ୍ରଭାବିତ ହୋଇଛି । ଏହାକୁ ଦୃଷ୍ଟିରେ ରଖି ‘ମୋ ସ୍କୁଲ୍‌’ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟର ପିଲାମାନଙ୍କ ପାଇଁ ସେମାନଙ୍କ ଘରେ ଏବଂ ଗ୍ରାମରେ ‘ସମର୍ କ୍ୟାମ୍ପ୍‌’ ବା ଗ୍ରୀଷ୍ମକାଳୀନ ଶିବିର ଆୟୋଜନ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ପୁରାତନ ଛାତ୍ରଛାତ୍ରୀଙ୍କ ସହ ସ୍ଥାନୀୟ ବାସିନ୍ଦାଙ୍କୁ ନେଇ ଏହି କାର୍ଯ୍ୟକ୍ରମ କରାଯିବାର ଲକ୍ଷ୍ୟ ରହିଛି ।

‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଥିବା ପୁରାତନ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପତ୍ର ପ୍ରଦାନ କରାଯାଉଛି । ମାର୍ଚ୍ଚ ୨୪ ତାରିଖ ସୁଦ୍ଧା ବିଭିନ୍ନ ଜିଲ୍ଲାର ୩୧୮୦ଜଣ ପୁରାତନ ଛାତ୍ରଙ୍କୁ ଏହି ଧନ୍ୟବାଦ ପତ୍ର ପ୍ରଦାନ କରାଯାଇଥିବା ବେଳେ ଆସନ୍ତା ଏପ୍ରିଲ ୨୫ ସୁଦ୍ଧା ଜିଲ୍ଲା, ବ୍ଲକ୍ ଓ ସ୍କୁଲ୍ ସ୍ତରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇ ମୋ ସ୍କୁଲ୍ ଅଭିଯାନରେ ସାମିଲ ୪ଲକ୍ଷ ୬୦ ହଜାର ପୁରାତନ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପତ୍ର ପ୍ରଦାନ କରାଯିବ ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିବେଦନ ପରେ ‘ମୋ ସ୍କୁଲ୍ ଅଭିଯାନ’ ଅନ୍ତର୍ଗତ ସ୍କୁଲ୍ ଆଡପ୍‌ଶନ୍ ବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରତି ପୁରାତନ ଛାତ୍ରଛାତ୍ରୀ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଅପ୍ରତ୍ୟାଶିତ ଆଗ୍ରହ ପ୍ରକାଶ ପାଇଛି । ବିଭିନ୍ନ ବର୍ଗର ଲୋକ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିବା ବେଳେ ‘ମୋ ସ୍କୁଲ୍‌’ ପକ୍ଷରୁ ପର୍ଯ୍ୟାୟକ୍ରମେ ପୋଷ୍ୟ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କୁ ନେଇ ଭର୍ଚୁଆଲ୍ ବୈଠକର ଆୟୋଜନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ୧୧୩୮ଜଣ ବ୍ୟକ୍ତିବିଶେଷ ୧୩୨୪ ବିଦ୍ୟାଳୟକୁ ପୋଷ୍ୟଭାବେ ଗ୍ରହଣ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଇତି ମଧ୍ୟରେ ୩୦୦ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ନେଇ ମୋ ସ୍କୁଲ୍ ଟିମ୍ ଭର୍ଚୁଆଲ୍ ବୈଠକ ଆୟୋଜନ କରିଛି ।

ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଓଏସ୍‌ଇପିଏ, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ, ଏସ୍‌ସିଇଆର୍‌ଟି, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ, ମୋ ସ୍କୁଲ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!