ପୁରୀ,(ବାଘୁଆବାର୍ତ୍ତା): ପିପିଲି ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ କେତେକ ବିଧାୟକଙ୍କ ଗହଣରେ ପୁରୀର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଶ୍ରିତ ପୁରୀ ଜିଲ୍ଲା ବିଜେପିର ଜିଲ୍ଲା ସଭାପତି ଅଛନ୍ତି। ପିପିଲି ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ଏପ୍ରିଲ ୧୭ ତାରିଖରେ ବହୁଚର୍ଚ୍ଚିତ ଏହି ଆସନରେ ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ ଓ ମେ’ ୨ ତାରିଖରେ ଫଳାଫଳ ପ୍ରକାଶ ପାଇବ।





