Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା‌ ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ

by ସଞ୍ଜୟ ସ୍ୱାଇଁ
March 28, 2021
in Feature News
ଆସନ୍ତା‌ ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ
236
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହେବ। ତେଣୁ ଦିନରେ ପ୍ରବଳ ଖରା ସତ୍ତ୍ବେ ତାତି ସେହି ଅନୁପାତରେ ବଢ଼ିବ ନାହିଁ। ତେବେ ଏହି ସମୟ ମଧ୍ୟରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ପାରଦ ୪୦ ଡିଗ୍ରି ଉପରେ ମଧ୍ୟ ରହିବ। ପୁଣି ୩୧ ତାରିଖରୁ ଗ୍ରୀଷ୍ମ ଲହରି ପ୍ରବାହିତ ହେବ। ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବିଶେଷକରି ପଶ୍ଚିମ ଓଡ଼ିଶାର କିଛି ରାଜ୍ୟରେ ଖରାର ପ୍ରଖରତା ଅଧିକ ରହିବାର ସମ୍ଭାବନା ଥିବାରୁ ଅଂଶୁଘାତଜନିତ ସମସ୍ୟା ଦେଖାଦେଇପା‌ରେ। ତେଣୁ ୩୧ ତାରିଖ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍‌-ୱେଭ୍‌ ୱାର୍ଣ୍ଣିଂ ଜାରି କରିଛି। ‌କେନ୍ଦ୍ରର ସୂଚନା ମୁତାବକ, ଶନିବାର ଅପରାହ୍‌ଣରେ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିବାରୁ ସଂଧ୍ୟାରେ ପାଗ ଥଣ୍ଡା ରହିଥିଲା। ଆସନ୍ତା ୨ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଏମିତି କାଳବୈଶାଖୀ ହେବ। ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍‌ଣରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଓ ଏହାର ପରବର୍ତ୍ତୀ ସମୟରେ ଆହୁରି ୨ରୁ ୩ ଡିଗ୍ରି ବଢ଼ି ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!