Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରୀଷ୍ମପ୍ରବାହ ପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

by ସଞ୍ଜୟ ସ୍ୱାଇଁ
March 31, 2021
in Nayagarh
ଗ୍ରୀଷ୍ମପ୍ରବାହ ପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
304
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା) : ଆସନ୍ତା ୪ଦିନ ଯାଏଁ ଅନେକ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି  ଭୁବନେଶ୍ବର ପାଣିପାଗ କେନ୍ଦ୍ର କିଛି ଜିଲ୍ଲାକୁ ଅରେଞ୍ଜ  ୱାର୍ଣ୍ଣିଂ ଜାରି କରିଛି। ଏଥିସହିତ କାଳବୈଶାଖୀ ଓ ବଜ୍ରପାତ ପାଇଁ ୧୦ରୁ ଊର୍ଧ୍ବ ଜିଲ୍ଲାକୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ, କାନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲା‌କୁ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏପ୍ରିଲ ୧ରୁ ୨ ତାରିଖ ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ରହିଛି। ତେବେ ଗ୍ରୀଷ୍ମପ୍ରବାହ ଦୁର୍ବଳ ଲୋକ, ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପାଇଁ ଚିନ୍ତାଜନକ ରହିଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି । ଏଥିସହିତ ଉପଯୁକ୍ତ ପାଣି ପିଇବା ସହିତ ଶରୀରକୁ ହାଇଡ୍ରେଟ ରଖିବାକୁ ହେବ। ଯଦି ଏହି ସମୟ ଭିତରେ ଜରୁରୀ ଆବଶ୍ୟକ ପଡ଼େ ଆଉ ବାହାରକୁ ଯିବାକୁ ହୁଏ ତେବେ ମୁଣ୍ଡରେ ଓଦା କନା ସହିତ ସାଙ୍ଗ‌ରେ ପାଣିବୋତଲ ଧରି ଯାଆନ୍ତୁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!