Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୋଟ ଗ୍ରହଣ ପୂର୍ବରୁ ନନ୍ଦିଗ୍ରାମରେ ୧୪୪ ଧାରା ଲାଗୁ

by ସଞ୍ଜୟ ସ୍ୱାଇଁ
March 31, 2021
in Feature News
ଭୋଟ ଗ୍ରହଣ ପୂର୍ବରୁ ନନ୍ଦିଗ୍ରାମରେ ୧୪୪ ଧାରା ଲାଗୁ
364
VIEWS
Share on FacebookShare on Twitter

କୋଲକାତା,(ବାଘୁଆବାର୍ତ୍ତା):  ଭୋଟ ଗ୍ରହଣ ପୂର୍ବରୁ ପଶ୍ଚିମବଙ୍ଗର ନନ୍ଦିଗ୍ରାମରେ ୧୪୪ ଧାରା ଲାଗୁ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଭିଯୋଗ ପରେ ନନ୍ଦିଗ୍ରାମରେ ୧୪୪ଧାରା ଲାଗିଥିବା ଜଣାପଡ଼ିିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ, ନନ୍ଦିଗ୍ରାମରେ ବିଶୃଙ୍ଖଳା କରିବା ଓ ଭୋଟରମାନଙ୍କୁ ଧମକାଇବାକୁ ବିଜେପି ବାହାର ରାଜ୍ୟରୁ ଗୁଣ୍ଡା ଆଣିଛି । ଏନେଇ ସେ ଆଜି ନିର୍ବାଚନ କମିସନଙ୍କ ପାଖରେ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିବେଦନ କରିଛନ୍ତି । ଏହାସହ ଗତକାଲି ମମତା ଅଭିଯୋଗ କରିଥିଲେ ଯେ, ପଶ୍ଚିମ ମେଦିନପୁରର କିଛି ଗାଁରୁ ଲୋକମାନଙ୍କୁ ବିଜେପି ଉଠାଇ ନେଇ ଏକ ସ୍ଥାନରେ ଲୁଚାଇ ରଖିଛି । ଦିଦିଙ୍କ ଏଭଳି ଅଭିଯୋଗ ପରେ ନିର୍ବାଚନ କମିସନ ୧୪୪ଧାରା ଲାଗୁ କରିଥିବା ଜଣାପଡ଼ିଛି। ଏଭଳି ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ରଖି ବିଜେପି ନେତା ଜୟପ୍ରକାଶ ମଜମୁଦାର କହିଛନ୍ତି ଯେ, ମମତା କରିଥିବା ଅଭିଯୋଗ ଉପରେ ନିର୍ବାଚନ କମିସନ ନଜର ଦେବା ଉଚିତ୍ । ମାତ୍ର ମମତାଙ୍କ ଏଭଳି ଅଭିଯୋଗ ପରେ ଜଣାପଡିଗଲା କି ମମତା ପରାଜୟକୁ ସ୍ୱୀକାର କରିସାରିଛନ୍ତି । ତେଣୁ ସେ ଜାଣିଶୁଣି ଭୋଟ ଗ୍ରହଣ ପୂର୍ବରୁ ନନ୍ଦିଗ୍ରାମରେ ଧାରା ୧୪୪ ଲଗାଇଦେଲେ । ୪୪ଧାରା ଲାଗୁ ସହ ନନ୍ଦିଗ୍ରାମରେ ମତଦାନ ବେଳେ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ୨୨ କମ୍ପାନି କେନ୍ଦ୍ରୀୟ ବଳ ମୁତୟନ କରାଯିବା ସହ ୨୨ ଜଣ ତ୍ୱରିତ ପ୍ରତିକ୍ରିୟା ଦଳ ମୁତୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ କମିସନ । ଏହି ନିର୍ବାଚନ ମଣ୍ଡଳୀରେ ମୋଟ ୩୫୫ ଟି ମତଦାନ କେନ୍ଦ୍ର ଥିବା ବେଳେ ୭୫ ପ୍ରତିଶତ କେନ୍ଦ୍ରରେ ୱେବକାଷ୍ଟିଂର ସୁବିଧା କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!