Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଚ ରାସ୍ତାରେ ଏଆଇଏମଆଇଏମ ନେତା ଅସଦ ଖାନଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
April 1, 2021
in Feature News
ବିଚ ରାସ୍ତାରେ ଏଆଇଏମଆଇଏମ ନେତା ଅସଦ ଖାନଙ୍କୁ ହତ୍ୟା କଲେ ଦୁର୍ବୃତ୍ତ
348
VIEWS
Share on FacebookShare on Twitter

ହାଇଦ୍ରାବାଦ,(ବାଘୁଆବାର୍ତ୍ତା): ବିଚ ରାସ୍ତାରେ ନେତାଙ୍କୁ ହତ୍ୟା। ଚଳନ୍ତା ବାଇକରେ ନେତାଙ୍କୁ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାରୁ ଏଆଇଏମଆଇଏମ ନେତା ଅସଦ ଖାନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରୁଛି ପୁଲିସ। ତେବେ ହତ୍ୟା ପଛର କାରଣ ଜାଣିବା ପାଇଁ ପୁଲିସ ତଦନ୍ତ ଆରମ୍ଭ କରିଛି। ଅସଦ ଖାନ ରାଜନୀତିକୁ ପ୍ରବେଶ କରିବା ପୂର୍ବରୁ ଅନେକ ଅପରାଧରେ ସାମିଲ ଥିବା କହିଛି ପୁଲିସ। ମିଳିଥିବା ସୂଚନା ମୁତାବକ, ଅସଦ ଖାନ ତାଙ୍କର ଦୁଇ ଚକିଆ ଯାନରେ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଶାସ୍ତ୍ରୀପୁରମ୍ ରୋଡରେ ଥିବା ଏକ ପବ୍ଲିକ୍ ହଲ୍ ନିକଟରେ ଆକ୍ରମଣକାରୀ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଦିବାଲୋକରେ ତାଙ୍କୁ  ହତ୍ୟା କରିବା ପରେ ଆକ୍ରମଣକାରୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଘଟଣା ପରେ ତୁରନ୍ତ ଅସଦ ଖାନଙ୍କୁ ଓସମାନିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅସଦ ଖାନ ପୂର୍ବରୁ ଅନେକ ଅପରାଧରେ ସାମିଲ ଥିବାରୁ କେହି ପ୍ରତିଶୋଧ ନେବାକୁ ଏଭଳି କରିଥାଇପାରେ ବୋଲି ପୁଲିସ ସନ୍ଦେହ କରୁଛି। ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତକୁ ଗିରଫ କରିବା ପାଇଁ ସିସିଟିଭି ଯାଞ୍ଚ କରିବା ଆରମ୍ଭ କରିଛି ପୁଲିସ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!