ନୟାଗଡ଼,(ବାଘୁଆବାର୍ତ୍ତା): ରିଜର୍ଭ ପୁଲିସ କାର୍ଯ୍ୟାଳୟ ନିକଟରେ ବ୍ୟାୟାମ ଶାଳା ଉଦ୍ଘାଟିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ଏହି ବ୍ୟାୟାମ ଶାଳାକୁ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରିଥିବା ଜଣାଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟରିଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମଲ୍ଲିକଙ୍କ ସମେତ ବହୁ ପୁଲିସ ଅଧିକାରୀ ଉପସ୍ଥିତ ରହିଥିଲେ ।






