Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ

by ସଞ୍ଜୟ ସ୍ୱାଇଁ
April 5, 2021
in Feature News
ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ
265
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ମହାରାଷ୍ଟ୍ରର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଭେଟି ଶ୍ରୀ ଦେଶମୁଖ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପର୍କରେ ବମ୍ବେ ହାଇକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବା ପରେ ଅନୀଲ ଦେଶମୁଖ ଇସ୍ତଫା ଦେଇଛନ୍ତି । ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସୋମବାର ଦିନ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି । କୋର୍ଟଙ୍କ ନିଷ୍ପତ୍ତି ମୁତାବକ ୧୦୦ କୋଟି ଟଙ୍କା ଆଦାୟ ମାମଲାର ଯାଞ୍ଚ କରିବ ସିବିଆଇ । ଯାଚିକା ଉପରେ ନିଷ୍ପତ୍ତି ଶୁଣାଇବା ବେଳେ କୋର୍ଟ କହିଛନ୍ତି କି, ଏହି ମାମାଲାରେ ଏଫ୍ଆଇଆର ହୋଇଛି ଓ ପୋଲିସ ଦ୍ୱାରା ଯାଞ୍ଚ କରିବାକୁ ଅପିଲ କରାଯାଇଥିଲା । କୋର୍ଟ ଆହୁରି କହିଛନ୍ତି କି, ଅନୀଲ ଦେଶମୁଖ ରାଜ୍ୟର ଗୃହମନ୍ତ୍ରୀ ହୋଇଥିବାରୁ ଏହି ମାମଲାର ନିରପକ୍ଷ ଯାଞ୍ଚ ପାଇଁ ପୋଲିସ ଉପରେ ଭରଶା କରାଯାଇ ପାରିବ ନାହିଁ । ତେଣୁ ସିବିଆଇକୁ ଏହି ମାମଲାର ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଗଲା । ବମ୍ବେ ହାଇକୋର୍ଟଙ୍କ ନିଷ୍ପ ି ମୁତାବକ ସିବିଆଇ ଏହି ମାମଲାର ପ୍ରାଥମିକ ଯାଞ୍ଚ କରିବା ଦରକାର । ଯାଞ୍ଚ ବେଳେ ସମସ୍ତ ପକ୍ଷ ସିବିଆଇକୁ ସହଯୋଗ କରିବେ । ୧୫ ଦିନ ମଧ୍ୟରେ ସିବିଆଇ ନିର୍ଦ୍ଦେଶକଙ୍କୁ ରିପୋର୍ଟ ପ୍ରଦାନ କରାଯିବ । ଏହି ରିପୋର୍ଟ ଆଧାରରେ ସିବିଆଇ ଯଦି ଅନୁଭବ କରିବ କି ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ମାମଲା ରୁଜୁହେବା ଦରକାର ତେବେ ସିବିଆଇ ଏଫଆଇଆର ଲଞ୍ଚ କରିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!