Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା : ଶ୍ରମିକ ଗୁରୁତର ଆହତ

by ସଞ୍ଜୟ ସ୍ୱାଇଁ
April 6, 2021
in Feature News
ପୁଣି ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା : ଶ୍ରମିକ ଗୁରୁତର ଆହତ
104
VIEWS
Share on FacebookShare on Twitter

ରାଉରକେଲା,(ବାଘୁଆବାର୍ତ୍ତା): ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା ଏବେ ନିତିଦିନିଆ ଘଟଣା ହେଲାଣି। କାରଖାନା ପରିସରରେ ଆଜି ପୁଣି ଏକ ଦୁର୍ଘଟଣା ସିପିପି-୧ ରେ ଘଟିଛି। ବେହୁରିଆ ଏଣ୍ଟରପ୍ରାଇଜେସ ଠିକା ସଂସ୍ଥା ଅଧୀନରେ କାର୍ଯ୍ୟରତ ଶ୍ରମିକ ସହଦେଵ ବେହେରା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଆଇଜିଏଚ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ବିଷାକ୍ତ ଗ୍ୟାସ ଲିକ୍ ହେବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ବିଷୟରେ ଏଯାଏଁ କାରଖାନା ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ସୂଚନାଯୋଗ୍ୟ, କାରଖାନାର କୋଲ କେମିକାଲ ବିଭାଗ(ସିସିଡି)ରେ ଗତ ଜାନୁଆରୀ ୬ ତାରିଖରେ ବିଷାକ୍ତ ଗ୍ୟାସ ଲିକ୍ ହେବାରୁ ୪ଜଣ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଗତକାଲି ଷ୍ଟିଲ ମେଲଟିଂ ସପ-୨(ଏସ ଏମ ଏସ-୨)ର କନଭର୍ଟର କଣ୍ଟ୍ରୋଲ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ବହୁ ମୂଲ୍ୟବାନ ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହାଦ୍ୱାରା ଉତ୍ପାଦନରେ ଗୁରୁତର ବ୍ୟାଘାତ ସୃଷ୍ଟି ହୋଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!