Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏମାର ମଠରୁ ୪୫ଟି ରୁପା ଇଟା ମିଳିଥିବା ସୂଚନା

by ସଞ୍ଜୟ ସ୍ୱାଇଁ
April 10, 2021
in Nayagarh, State
ଏମାର ମଠରୁ ୪୫ଟି ରୁପା ଇଟା ମିଳିଥିବା ସୂଚନା
208
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ଏମାର ମଠରୁ ୪୫ଟି ରୁପା ଇଟା ମିଳିଥିବା ସୂଚନା ରହିଛି। ଏମାର ମଠର ୪ ନଂ କୋଠରୀରୁ ରୁପା ଇଟା ମିଳିଥିବା ବିଶେଷ ସୂତ୍ରରୁ ସୂଚନା ରହିଛି। ପୁରୀ ଏମାର ମଠର ଚାଲିଛି ସମ୍ପତ୍ତି ଆକଳନ। କାଲି ଜୋର ଜବରଦସ୍ତ ନୂଆ ମହନ୍ତଙ୍କୁ ଅପସ୍ଥାପିତ କରିଥିଲା ପ୍ରଶାସନ। ଗତକାଲି ପୁରୀ ଏମାର ମଠର ନୂଆ ଟ୍ରଷ୍ଟି କାର୍ଯ୍ୟଭାର ଗ୍ରହଣ କରିଥିଲେ। ପୁରୀର ଏହି ଐତିହ୍ୟସଂପନ୍ନ ମଠର ପରିଚାଳନା ଦାୟିତ୍ୱ ଟ୍ରଷ୍ଟ ହାତକୁ ଯିବା ପରେ ମଧ୍ୟ ମଠର ମହନ୍ତ ମହାରାଜ ଏଥିରେ ସହଯୋଗ କରୁନଥିଲେ। ଏହି ପ୍ରସଙ୍ଗକୁ ନେଇ ମଠର ନୂଆ ଟ୍ରଷ୍ଟ ବୋର୍ଡ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଏହାପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏମାର ମଠର ଟ୍ରଷ୍ଟର ନୂଆ ସଦସ୍ୟମାନେ ମଠରେ ପ୍ରବେଶ କରିଥିଲେ। ଏମାର ମଠର ନୂଆ ଟ୍ରଷ୍ଟ ବୋର୍ଡ ଅନୁସାରେ ଝଞ୍ଜାପିଟା ମଠର ମହନ୍ତ ବାବା ସଚ୍ଚିଦାନନ୍ଦ ମହାରାଜଙ୍କୁ ମଠର ଦାୟିତ୍ୱ ଦିଆଯାଇଛି। ଏହି ସମୟରେ ମଠରୁ କିଛି ଅଳଙ୍କାର ଠାବ ହୋଇଥିଲା। ମଠ ଭିତରେ ପୂଜା ପାଉଥିବା ରାମାନୁଜଙ୍କ ମୂର୍ତ୍ତି ଓ ଏଥିରେ ଲାଗୁଥିବା ଅଳଙ୍କାର ଓ ଝୁଲଣ ବେଶରେ ଥିବା ସମସ୍ତ ଅଳଙ୍କାରର ତାଲିକା ପ୍ରସ୍ତୁତ କରାଯିବ ବୋଲି କହିଥିଲା ପ୍ରଶାସନ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!