Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରତିଶୃତି ପୁରଣ ଉପରେ ଗୁରୁତ୍ୱ: ୧୫ରୁ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 10, 2021
in Feature News, State
ଗୋଟାଏ ନମ୍ବରରେ ୩ଟି ସେବା
68
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): “ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ ‘ଏହି ଉକ୍ତି କୁ ଅକ୍ଷରେ ଅକ୍ଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମଇ ୨୯ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ବିତୀୟ ଵର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ରେ ସରକାର ଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ।ଆଗମୀ ମଇ ୧୫ ରୁ ୨୫ ପର୍ୟ୍ୟନ୍ତ ଏହି ସମୀକ୍ଷା ଚାଲିବ । ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି ।ସଚିବ ମାନଙ୍କ ଉପସ୍ଥିତି ରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ବାରା କାର୍ୟ୍ୟ କାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ୟ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ । ଏହା ସହିତ ୫ଟି ଓ ମୋ ସରକାର କାର୍ୟ୍ୟକ୍ରମ ସେମାନଙ୍କ ବିଭାଗ ରେ କିଭଳି କାର୍ୟ୍ୟ କାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ୟ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗ କୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ର ରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ର ରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ।ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି।ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତାର ହିସାବ ଲୋକଙ୍କୁ ଦେବାକୁ ହେଵ ଓ ଏହା ଗଣତନ୍ତ୍ର ର ମର୍ୟ୍ୟଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ ୨୦୧୯ ମଇ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ୟ୍ୟ କାରୀ କରିବା ପାଇଁ ନୀତଗତ ନିଷ୍ପତ୍ତି ନେଇ ଥିଲେ । ଆଗାମୀ ମଇ ୨୯ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ।୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ୟ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତଗତ ନିଷ୍ପତ୍ତି ନେଇଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!