Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଫେସର ଉମାବଲ୍ଲଭ ମହାପାତ୍ର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଓ ପ୍ରଫେସର ସଞ୍ଜୟ ଶତପଥୀ କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ

by ସଞ୍ଜୟ ସ୍ୱାଇଁ
April 12, 2021
in Feature News
ପ୍ରଫେସର ଉମାବଲ୍ଲଭ ମହାପାତ୍ର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଓ ପ୍ରଫେସର ସଞ୍ଜୟ ଶତପଥୀ କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ
161
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଓଡ଼ିଶାର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟମାନଙ୍କର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଆଜି ପ୍ରଫେସର ଉମାବଲ୍ଲଭ ମହାପାତ୍ର ଏବଂ ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କୁ ଯଥାକ୍ରମେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗୀର ଏବଂ କଳାହାଣ୍ଡି ବିଶ୍ୱବିଦ୍ୟାଳୟର, କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୦ ର ଉପ-ଧାରା (୭) ସହିତ ଉପ-ଧାରା (୧) ଦ୍ୱାରା ପ୍ରଦତ୍ତ କ୍ଷମତାକୁ ବ୍ୟବହାର କରି କୁଳପତି ପ୍ରଫେସର ଲାଲ ଚାରି ବର୍ଷ ପାଇଁ ଉଭୟଙ୍କୁ ନିଯୁକ୍ତ କରିଛନ୍ତି। ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନର ଅବସରପ୍ରାପ୍ତ ପ୍ରଫେସର ଉମାବଲ୍ଲଭ ମହାପାତ୍ରଙ୍କର ପ୍ରାୟ ୩୩ ବର୍ଷ ଶିକ୍ଷାଦାନର ଅଭିଜ୍ଞତା ରହିଛି। ସେ ଗୋଟିଏ ପୁସ୍ତକ ରଚନା କରିଛନ୍ତି ଏବଂ ସଫଳତାର ସହିତ ୧୪ଜଣଙ୍କୁ ପିଏଚଡି ଏବଂ ୨୪ଜଣ ଏମଫିଲ ଛାତ୍ରମାନଙ୍କୁ ମାର୍ଗଦର୍ଶନ କରିଛନ୍ତି। ରେଭେନ୍ସା ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ସଞ୍ଜୟ କୁମାର ଶତପଥୀ ୧୩ଟି ପାଠ୍ୟ ପୁସ୍ତକ ସମେତ ୨୪ଟି ପୁସ୍ତକ ରଚନା କରିଛନ୍ତି। ତାଙ୍କର ୩୬ ବର୍ଷରୁ ଅଧିକ ଶିକ୍ଷାଦାନ ଅଭିଜ୍ଞତା ଅଛି ଏବଂ ସେ ୨୦ଟି ପିଏଚଡି ସଫଳତାର ସହ ଛାତ୍ରମାନଙ୍କୁ ମାର୍ଗଦର୍ଶନ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!