Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲେଶ୍ଵର ସହରର ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 13, 2021
in Feature News
ବାଲେଶ୍ଵର ସହରର ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
64
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା); ବାଲେଶ୍ବର ପୌରାଞ୍ଚଳର ସାମଗ୍ରିକ  ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ବାଲେଶ୍ଵର ପୌରାଞ୍ଚଳର ବିକାଶ ସମ୍ପର୍କରେ ଦୁଇ ପର୍ଯ୍ୟାୟ ଉଚ୍ଚ ସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି  ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ କିଷନ କୁମାର ସକାଳେ ବାଲେଶ୍ଵର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରି ସେମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ଏହାକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ  ଘୋଷଣା କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ବାଲେଶ୍ଵର ହେଉଛି ଓଡିଶାର ଅନ୍ୟତମ ମୁଖ୍ୟ ସହର । ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵରବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ପୌରପାଳିକାର ବିକାଶ ଉପରେ ଆମେ ଧ୍ୟାନ ଦେବୁ । ଏ ଅବସରରେ ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ପ୍ରକଳ୍ପ ଗୁଡିକ ଘୋଷଣା କରିଥିଲେ ।

୧. ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟରେ ବାଲେଶ୍ଵର ସହଦେବଖୁଣ୍ଟା ବସଷ୍ଟାଣ୍ଡର ବିକାଶ କରାଯିବ।

୨. ତୁମୂଳିଆ ଗେଟ ଫ୍ଲାଏଓଭରଠାରୁ ଷ୍ଟେସନ୍‌ ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାକୁ ଛଅ ଥାକିଆ କରାଯିବ । ଏହା ସହିତ ଏ ରାସ୍ତାରେ ଆଧୁନିକ ଷ୍ଟ୍ରିଟ ଲାଇଟିଂର ବ୍ୟବସ୍ତା ମଧ୍ୟ କରାଯିବ । ବାଲେଶ୍ଵର ପୌରପାଳିକାର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ଏହା ସହରରେ ଟ୍ରାଫିକ ସମସ୍ୟା ଦୂର କରିବାରେ ସହାୟକ ହେବ ।

୩. ବାଲେଶ୍ଵରର କ୍ରୀଡାବିତମାନଙ୍କ ଭିତରେ ଥିବା ପ୍ରତିଭାର ବିକାଶ ପାଇଁ ବାଲେଶ୍ଵର ପୌରପାଳିକା ୧୪ କୋଟି ଟଙ୍କା ବ୍ୟୟରେ ଇଣ୍ଡୋର ହଲ, ସନ୍ତରଣାଗାର ଆଦି ଉନ୍ନତ କ୍ରୀଡା ଭିତ୍ତିଭୂମି ର ବିକାଶ କରାଯିବ । ଏହାସହିତ କ୍ରୀଡାବିତ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ ବ୍ୟବସ୍ଥା କରାଯିବ ।

୪. ବୁଢାବଳଙ୍ଗ ନଦୀ ବାଲେଶ୍ଵର ପୌରପାଳିକା ଅଞ୍ଚଳର ଜୀବନରେଖା। ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ ସୌନ୍ଦର୍ଯ୍ୟକରଣ କରାଯିବ । ବାଲେଶ୍ଵର ସହରବାସିଙ୍କ ପାଇଁ ଅବସର ବିନୋଦନ ନିମନ୍ତେ  ବୁଢାବଳଙ୍ଗ ନଦୀକୁଳ ର ଆବଶ୍ୟକ ବିକାଶ କରାଯିବ ।

୫. ବାଲେଶ୍ଵର  ପୌରପାଳିକା ଅଞ୍ଚଳର ମୁଖ୍ୟ ପୋଖରୀ ଗୁଡିକ ଯଥା ଗଡଗଡିଆ ପୋଖରୀ, ଶୋଭାରାମପୁର ପୋଖରୀ, ବଡଖୁଆ ପୋଖରୀ, ନୂଆ ପୋଖରୀ, ହରଚନ ପୋଖରୀ ଓ ହରଗଙ୍ଗା ପୋଖରୀ ଆଦିର ସୌନ୍ଦର୍ଯ୍ୟକରଣ ଓ ବିକାଶ କରାଯିବ । ଏହା ସହରର ପରିବେଶକୁ ସୁନ୍ଦର କରିବା ସହିତ ନାଗରିକ ମାନଙ୍କ ନିମନ୍ତେ ଓପନ ସ୍ପେସ ସୃଷ୍ଟି କରିବ।

୬. ବାଲେଶ୍ଵର ପୌରପାଳିକା ଅଞ୍ଚଳର ଡ୍ରେନେଜ୍‌ ‌ଚ୍ୟାନେଲ୍‌ ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବାଲେଶ୍ଵର ମେଡିକାଲ କଲେଜର ଟିଚିଙ୍ଗ ହସ୍‌ପିଟାଲ ନିମନ୍ତେ ୨୭୫ କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ ୪-୫  ମାସ ହେବ ବାଲେଶ୍ଵର ‌ପୌରପାଳିକା ପକ୍ଷରୁ ୧୬ କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ, କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି ।

ଆମେ କଥା ନୁହେଁ ସବୁବେଳେ କାମରେ ବିଶ୍ବାସ କରୁ ବୋଲି ତାଙ୍କ ଉକ୍ତିକୁ ମୁଖ୍ୟମନ୍ତ୍ରୀ ଦୋହରାଇବା ସହ ଏ ସବୁ କାମ ଶୀଘ୍ର ଆରମ୍ଭ ହେବ ଓ ପ୍ରଥମିକତାର ସହ କାର୍ଯ୍ୟକାରୀ କରାଯିବ ବୋଲି ଘୋଷଣା କରିଥିଲେ । ବାଲେଶ୍ଵର ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ  ଆମେ କାମ କରି ଚାଲିବୁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏ ଦିଗରେ ବାଲେଶ୍ଵର ଜିଲ୍ଲାର ଭାଇଭଉଣୀମାନଙ୍କ ସହଯୋଗ କାମନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!