ଭୁବନେଶ୍ବର ,(ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଚୂନମାଟି ଅତଡ଼ା ଖସି ୩ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ୫-୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଆହତ ମହିଳାଙ୍କ ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି କହିଛନ୍ତି। ସୂଚନା ଅନୁସାରେ ଆଜି ପୂର୍ବାହ୍ଣ ୧୧ଟାରେ ରାଲେଗଡା ଗ୍ରାମ ପଞ୍ଚାୟତର ମିରିଆଲୁପାଡୁ ଗ୍ରମାର ୧୧ ଜଣ ମହିଳା ଘର ଲିପା ପାଇଁ ରେଙ୍ଗା ଗ୍ରାମପଂଚାୟତ ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଚୂନମାଟି ଖୋଳୁଥିଲେ। ଏହି ସମୟରେ ମାତି ଅତଡ଼ା ସେମାନଙ୍କ ଉପରେ ଖସିପଡ଼ିଥିଲା। ଘଟଣାସ୍ଥଳରେ ରାମୁଲାମା ମୁଷୁରୀ(୪୦) ତାଙ୍କ ଝିଅ ଦେବୀ ମୁଷୁରୀ(୧୭) ଏବଂ ମିତୁଲା କୋଟା(୨୭) ଚାପି ହୋଇଯାଇଥିଲେ। ମିତୁଲା କୋଟା(୨୮) ଗୁରୁତର ଥିବାରୁ ତାଙ୍କୁ ପଟ୍ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।





