Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫ମ ପର୍ଯ୍ୟାୟ ନିର୍ବାଚନରେ ପଶ୍ଚିମବଙ୍ଗର ୪୫ଟି ବିଧାନସଭା ଆସନ ନିମନ୍ତେ ଭୋଟ୍‌ ଗ୍ରହଣ ଆରମ୍ଭ

by ସଞ୍ଜୟ ସ୍ୱାଇଁ
April 17, 2021
in NATIONAL NEWS, Politics
୫ମ ପର୍ଯ୍ୟାୟ ନିର୍ବାଚନରେ ପଶ୍ଚିମବଙ୍ଗର ୪୫ଟି ବିଧାନସଭା ଆସନ ନିମନ୍ତେ ଭୋଟ୍‌ ଗ୍ରହଣ ଆରମ୍ଭ
98
VIEWS
Share on FacebookShare on Twitter

କୋଲ୍‌କାତା,(ବାଘୁଆବାର୍ତ୍ତା): ଆଜି ୫ମ ପର୍ଯ୍ୟାୟରେ ପଶ୍ଚିମବଙ୍ଗ ରାଜ୍ୟର ୪୫ଟି ବିଧାନସଭା ଆସନ ନିମନ୍ତେ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ଉତ୍ତର ୨୪ ପ୍ରଗଣା, ପୂର୍ବ ବର୍ଦ୍ଧମାନ, ନଦିଆ, ଜଳପାଇଗୁଡ଼ି, ଦାର୍ଜିଲିଙ୍ଗ୍‌ ଏବଂ କାଲିମପୋଙ୍ଗ୍‌ରେ ଥିବା ଏହି ୪୫ଟି ଆସନ ନିମନ୍ତେ ସକାଳ ୭ଟାରେ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୬.୩୦ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ଥର ପାଇଁ ଭୋଟ୍‌ ଦେବାକୁ ଯୋଗ୍ୟ ହୋଇଥିବା ଭୋଟର୍‌ମାନଙ୍କୁ ନିବେଦନ କରିଛନ୍ତି କି, ସେମାନେ ବିପୁଳ ସଂଖ୍ୟାରେ ଆସି ଭୋଟ୍‌ ଦିଅନ୍ତୁ। ସେ ଲେଖିଛନ୍ତି, ଆଜି ଚାଲିଥିବା ପଶ୍ଚିମବଙ୍ଗ ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ଭୋଟ୍‌ ଦେବାକୁ ଥିବା ଭୋଟର୍‌ମାନେ ବିପୁଳ ସଂଖ୍ୟାରେ ଭୋଟ୍‌ ଦେବାକୁ ଅନୁରୋଧ କରୁଛି। ବିଶେଷକରି, ପ୍ରଥମ ଥର ପାଇଁ ଭୋଟ୍‌ ଦେବାକୁ ଯୋଗ୍ୟ ହୋଇଥିବା ଭୋଟର୍‌ମାନେ ସେମାନଙ୍କର ମତ ସାବ୍ୟସ୍ତ କରନ୍ତୁ। କଡ଼ା ନିରାପତ୍ତା ବ୍ୟବସ୍ଥା ହୋଇଥିବା ମତଦାନ କେନ୍ଦ୍ର ସମ୍ମୁଖରେ କୋଭିଡ୍‌-୧୯ ନିୟମ ପାଳନ କରିବା ସହ ଭୋଟ୍‌ ଦେବା ପାଇଁ ଭୋଟର୍‌ମାନେ ଲମ୍ବା ଧାଡ଼ି ବାନ୍ଧିଛନ୍ତି। ଏହି ପର୍ଯ୍ୟାୟରେ ୧ କୋଟିରୁ ଅଧିକ ଭୋଟର୍‌ ୩୪୨ଜଣ ପ୍ରାର୍ଥୀଙ୍କର ରାଜନୈତିକ ଭାଗ୍ୟ ନିର୍ଣ୍ଣୟ କରିବେ। ଏହି ୪୫ଟି ବିଧାନସଭା ଆସନରୁ ଗତ ନିର୍ବାଚନରେ ତୃଣମୂଳ କଂଗ୍ରେସ ୩୨ଟି ଆସନରେ ବିଜୟୀ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!