ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା ଆକ୍ରାନ୍ତ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏମ୍ସରେ ଭର୍ତ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମଳିଛି । ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଦିଲ୍ଲୀ ଏମ୍ସ୍ରେ ଭର୍ତ୍ତି କରାଯାଇଥିଲା । ସ୍ୱାବ ପରୀକ୍ଷଣରୁ ତାଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ପୂର୍ବରୁ ମନମୋହନ ସିଂଙ୍କର ବାଇପାସ୍ ସର୍ଜରୀ କରାଯାଇଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା କଥା ଏମ୍ସ୍ ପକ୍ଷରୁ ସୂଚନା ଦିଆଯାଇଛି ।





