Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ବୁଢ଼ୀ ବାସୁଳୀ ମନ୍ଦିରର ତାଲା ଭାଙ୍ଗି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
April 25, 2021
in State
ମା’ ବୁଢ଼ୀ ବାସୁଳୀ ମନ୍ଦିରର ତାଲା ଭାଙ୍ଗି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ
83
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୀଳଗିରି ଥାନା ଅଧିନ ବାଇପାସ ରୋଡ ଘାଟଘର ସାହି ଅଞ୍ଚଳରେ ଥିବା ବୁଢ଼ୀ ବାସୁଳୀ ମନ୍ଦିରରୁ ଲୁଟ୍ । ଗତକାଲି ମଧ୍ୟରାତ୍ରୀରେ ମନ୍ଦିରର ତାଲା ଭାଙ୍ଗି ସୁନା ରୁପା ଲୁଟି ନେଲେ ଦୁର୍ବୃତ୍ତ । ସକାଳୁ ସ୍ଥାନୀୟ ଲୋକମାନେ ଦେଖିବା ପରେ ପୁଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ନୀଳଗିରି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁସାରେ, ଗତକାଲି ମଧ୍ୟରାତ୍ରୀରେ ଘାଟଘର ସାହି ଅଞ୍ଚଳରେ ଥିବା ବୁଢ଼ୀ ବାସୁଳୀ ମନ୍ଦିରରୁ ଲୁଟ୍ ହୋଇଛି । କିଛି ଦୁର୍ବୃତ୍ତ ମନ୍ଦିରର ତାଲା ଭାଙ୍ଗି ମା’ ବାସୁଳୀଙ୍କର ସୁନା ଓ ରୁପାରେ ନିର୍ମିତ ଗହଣା ସବୁ ଲୁଟିନେଇଛନ୍ତି । ସ୍ଥାନୀୟ ଅଞ୍ଚଳବାସୀ ମନ୍ଦିରର ତାଲା ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ । ଏହାପରେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ନୀଳଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ କରୁଛି । ଏହା ପୂର୍ବରୁ ସାରୁପାଳ ସ୍ଥିତ ବାର ଡାହାଣୀ ମନ୍ଦିରରେ ଚୋରି ହୋଇଥିଲା । ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ମନ୍ଦିର ଓ ଦୋକାନରୁ ବାରମ୍ବାର ଚୋରୀ ହେଉଛି । ଯାହାକୁ ନେଇ ପୁଲିସର ଢିଲା ପେଟ୍ରୋଲିଂ ଉପରେ ପ୍ରଶ୍ନ ଉଠାଇଛନ୍ତି ସ୍ଥାନୀୟ ଲୋକେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!