Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅକ୍ସିଜେନ ପ୍ଲାଣ୍ଟରେ ଭୟାନକ ବିସ୍ଫୋରଣ

by ସଞ୍ଜୟ ସ୍ୱାଇଁ
May 5, 2021
in NATIONAL NEWS
ଅକ୍ସିଜେନ ପ୍ଲାଣ୍ଟରେ ଭୟାନକ ବିସ୍ଫୋରଣ
148
VIEWS
Share on FacebookShare on Twitter

ଲକ୍ଷନୌ (ବାଘୁଆବାର୍ତ୍ତା): ଗୋଟିଏ ପଟେ ଦେଶରେ ଅକ୍ସିଜେନ ସଙ୍କଟ ଦେଖାଯାଇଥିବା ବେଳେ ପ୍ଲାଣ୍ଟରେ ଏହାକୁ ଉତ୍ପାଦନ କରିବାକୁ ଜୋରଦାର ପ୍ରୟାସ କରାଯାଉଛି । ଏସବୁ ଭିତରେ ଉତ୍ତର ପ୍ରଦେଶର ଲକ୍ଷନୌ ରେ ଥିବା ଗୋଟିଏ ଅକ୍ସିଜେନ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ଆହତ ହୋଇଥିବା ଅନ୍ୟ ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ଲକ୍ଷନୌ ଛିନହାଟ ଅଞ୍ଚଳରେ ଏହି ଅକ୍ସିଜେନ ପ୍ଲାଣ୍ଟଟି ରହିଛି । ପ୍ଲାଣ୍ଟର କର୍ମଚାରୀ ଗୋଟିଏ ସିଲିଣ୍ଡରରେ ଅକ୍ସିଜେନ ଭର୍ତ୍ତି କରୁଥିବା ବେଳେ ହଠାତ ଏହା ବିସ୍ଫୋରଣ ହୋଇଥିଲା । ଫଳରେ ପୂରା ପ୍ଲାଣ୍ଟରେ ନିଆଁ ଲାଗି ସବୁ କିଛି ଛିନଛତ୍ର ହୋଇଯାଇଥିଲା । ଖବର ପାଇ ଜିଲ୍ଲା ମାଜିଷ୍ଟ୍ରେଟ ଓ ପୁଲିସ କମିଶନ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିଥିଲା । ଉଦ୍ଧାର ବେଳେ ୨ ଜଣଙ୍କ ମୃତଦେହ ମିଳିଥିବା ବେଳେ ଅନ୍ୟ ୫ ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଗ୍ନିଶମ ବାହିନୀ ଦୀର୍ଘ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ପ୍ରଥମେ ଆୟତ୍ତ କରିଥିଲେ । ଏବେ ବି ପ୍ଲାଣ୍ଟରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଘଟଣା ସମ୍ପର୍କରେ ବିସ୍ତୃତ ସୂଚନା ମିଳିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!