Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ଥିତି ସୁଧାରିଲେ ପରୀକ୍ଷା: ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 8, 2021
in Education
ସ୍ଥିତି ସୁଧାରିଲେ ପରୀକ୍ଷା: ମନ୍ତ୍ରୀ
239
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମାଟ୍ରିକ ଫଳ ପ୍ରକାଶ ପାଇଁ ମୂଲ୍ୟାୟନ ନିୟମାବଳୀକୁ ମାଧ୍ୟମିକ ଶିକ୍ଷା ପରିଷଦ ଅନୁମୋଦନ ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି । ଏନେଇ ମନ୍ତ୍ରୀ କହିଛନ୍ତି ଯେ, ଇତିହାସରେ ପ୍ରଥମ ଥର ପାଇଁ ଏଭଳି ସ୍ଥିତି ଆସିଛି । ଏନେଇ ଆମ ପାଖରେ ବିକଳ୍ପ କିଛି ନଥିବାରୁ ଏହି ବ୍ୟବସ୍ଥା ଗ୍ରହଣ କରାଯାଇଛି । ତେବେ ଏହାଦ୍ୱାରା ପିଲାଙ୍କ ସ୍ୱାର୍ଥହାନୀ ହେବ ନାହିଁ ଓ ପିଲାମାନେ ମଧ୍ୟ ଅସନ୍ତୋଷ ହେବେନାହିଁ ବୋଲି ସେ କହିଛନ୍ତି । ତେବେ ଯୁକ୍ତ ୨ରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା କରାଯିବ କି ନାହିଁ ସେନେଇ କୌଣସି ନିଷ୍ପତ୍ତି ହୋଇନଥିବା ମନ୍ତ୍ରୀ କହିଛନ୍ତି । ଜୁନ ୩୦ ପରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଏ ନେଇ ବିଚାର କରାଯିବ ବୋଲି ସେ କହିଛନ୍ତି । ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ମାଟ୍ରିକ ପିଲାଙ୍କ ପରୀକ୍ଷା ମୂଲ୍ୟାୟନ ହେବ ବୋଲି ପୂର୍ବରୁ ନିଷ୍ପତ୍ତି ହୋଇଛି । ସୂଚନାନୁସାରେ, ଚଳିତ ବର୍ଷ ମାଟ୍ରିକ ମୂଲ୍ୟାୟନ ସିବିଏସଇ ଢାଞ୍ଚାରେ କରିବାକୁ ନିଷ୍ପତ୍ତି ନିଆଯାଛି । ଏହି ନିଷ୍ପତ୍ତି ଅନୁସାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ନବମ ଶ୍ରେଣୀର ପରୀକ୍ଷା ମାର୍କ ଓ ଦଶମ ଶ୍ରେଣୀର ପ୍ରି ବୋର୍ଡ ବା ଟେଷ୍ଟ ମାର୍କକୁ ଭିତ୍ତି କରି ମୂଲ୍ୟାୟନ ହେବ । ତା’ ସହିତ ଦଶମ ଶ୍ରେଣୀର ଇଣ୍ଟରନାଲ ଆସେସମେଣ୍ଟ ମାର୍କକୁ ମଧ୍ୟ ମୂଲ୍ୟାୟନ ପାଇଁ ଗ୍ରହଣ କରାଯିବ । ଏଥିପାଇଁ ଏହିସବୁ ପରୀକ୍ଷାର ଟାବୁଲେସନ ରିପୋର୍ଟ ନିର୍ଦ୍ଧାରିତ ଫର୍ମାଟରେ ପୂରଣ କରି ଗତବର୍ଷ ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ବା ସହଯୋଗୀ କେନ୍ଦ୍ରରେ ଦାଖଲ କରିବାକୁ ପ୍ରଧାନ ଶିକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!