ଓଡ଼ଗାଁ,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ତହସିଲ କାର୍ଯ୍ୟାଳୟକୁ ଦୁଇ ଦିନ ଅର୍ଥାତ ୪୮ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଏହି ସମୟ ମଧ୍ୟରେ କାର୍ଯ୍ୟାଳୟ ବିଶୋଧନ କରାଯିବ ବୋଲି ଜଣାଯାଇଛି । ଏନେଇ ତହସିଲଦାର ବିଜେୟିତା ସାମନ୍ତ ସଂହାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ, ତହସିଲର କିଛି କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି ।





