Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ଵର ବିଭିନ୍ନ ଟୀକା କମ୍ପାନୀରୁ ଟୀକା ସଗ୍ରହ ପାଇଁ ପଦକ୍ଷେପ ନିଆଯିବ

by ସଞ୍ଜୟ ସ୍ୱାଇଁ
May 10, 2021
in Feature News
କେନ୍ଦ୍ର ବଜେଟକୁ ନବୀନଙ୍କ ପ୍ରଶଂସା
88
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଆଜି ସନ୍ଧ୍ୟା ରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିମ୍ନୋକ୍ତ ସକଳ୍ପ ଗୃହୀତ ହୋଇଛି । କୋଭିଡ଼19 ମହାମାରୀ ବିରୁଦ୍ଧରେ ଆମର ଲଢ଼େଇ ରେ ଆମର କୋଭିଡ଼ ଯୋଦ୍ଧା ମାନେ ଯେପରି ନିଷ୍ଠା ଓ ତ୍ୟାଗ ମନୋଭାବ ନେଇ କାମ ଜାରି ରଖିଛନ୍ତି ରାଜ୍ୟ କ୍ୟାବିନେଟ ତାର ଉଚ୍ଚ ପ୍ରଶଂସା କରୂଛି । କୋଭିଡ଼ ବିରୁଦ୍ଧରେ ଚାଲିଥିବା ଲଢ଼େଇ ରେ ରାଜ୍ୟ ସରକାର ନେଇ ଥିବା ବିଭିନ୍ନ ପଦକ୍ଷେପ ଯଥା testing tracing vaccination lockdown ଇତ୍ୟାଦି ରେ ଓଡ଼ିଶା ବାସୀ ଯେଭଳି ସହଯୋଗ ଯୋଗାଇ ଆସିଛନ୍ତି ସେଥିପାଇଁ ରାଜ୍ୟ କ୍ୟାବିନେଟ ରାଜ୍ୟ ବାସୀଙ୍କ ନିକଟରେ କୃତଜ୍ଞ। ।ଭବିଷ୍ୟତ କୋଭିଡ଼ ସକ୍ରମଣରୁ ରାଜ୍ୟ ବାସୀଙ୍କୁ ସୁରକ୍ଷା ଦେବା ତଥା ଅମୂଲ୍ୟ ଜୀବନ ରଷା କରିବା ନିମନ୍ତେ ଟୀକାକରଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଇସ୍ରାଏଲ ପରି ଦେଶ ଯେଉଁ ମାନେ କି ତାଙ୍କ ଜନସଂଖ୍ୟା ର ବୃହତର ଭାଗର ଟୀକାକରଣ କରିସାରିଛନ୍ତି ,ସେମାନେ ଏବେ ସ୍ବାଭାବିକତା ଆଡ଼କୁ ଫେରୁଛନ୍ତି । ରୋଗର ଜଟିଳତା ହ୍ରାସ କରି ରୋଗୀର ଜୀବନ ରଷା ଦିଗରେ ଟୀକାକରଣ ବହୁତ ଫଳପ୍ରଦ ହେଉଥିବା ଜଣାପଡିଛି ।ବିପଦପୂର୍ଣ୍ଣ କାର୍ଯ୍ୟ ପରିବେଶ ସତ୍ବେ କୋଭିଡ଼ ଯୁଦ୍ଧ ରେ ନିୟୋଜିତ ଆମର ଆଗ ଧାଡ଼ି କର୍ମଚାରୀ ତଥା ସ୍ବାସ୍ଥ୍ୟ ସେବା ରେ ନିୟୋଜିତ କର୍ମଚାରୀ ମାନେ ଯେଉଁ ମାନଙ୍କର ସମ୍ପୂର୍ଣ୍ଣ ଟୀକାକରଣ ହୋଇଯାଇଛି। ଟୀକା ନେଇଥିବା ବ୍ୟକ୍ତି ମାନଙ୍କ ର ସକ୍ରମଣ ହେଲେ ବି ତାହା ବହୁତ କମ୍ ଲଷଣ ଯୁକ୍ତ ହେଉଥିବା ଦେଖାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାବାସୀଙ୍କ ପାଇଁ ଟୀକା ସଗ୍ରହ ନିମନ୍ତେ ସର୍ବୋତ୍ତମ ଚେଷ୍ଟା କରିବା, ଟୀକା ଯୋଗାଣକୁ ସୁନିଶ୍ଚିତ କରି ରାଜ୍ୟ ବାସୀଙ୍କୁ ସୁରଷିତ ରଖିବା ଏବଂ ଶୀଘ୍ର ରାଜ୍ୟରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସକଲ୍ପବଦ୍ଧ । ଏହି ଉଦ୍ଦେଶ୍ୟ ରେ ଓଡ଼ିଶା ବାସୀ ଯେପରି ସୁବିଧା ରେ ଟୀକା ପାଇ ପାରିବେ ସେଥିପାଇଁ ବିଶ୍ବର ବିଭିନ୍ନ ପ୍ରମୁଖ ଟାକା କମ୍ପାନୀରୁ ଟୀକା ସଗ୍ରହ ନିମନ୍ତେ ପଦକ୍ଷେପ ନିଆଯିବ ।ଏଥିପାଇଁଏକ global tender ଜାରି କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି କରିଛନ୍ତି । ଆମର ବିପଦସକୁଳ ଜନସାଧାରଣ ଙ୍କ ର ଶୀଘ୍ର ଟୀକାକରଣ ଏବଂ ମୂଲ୍ୟ ବାନ ଜୀବନ ର ସୁରକ୍ଷା ସହିତ ଲୋକଙ୍କ ଜୀବନଜୀବିକା ର ପୁନସ୍ଥାପନରେ ଏହା ସହାୟକ ହେବ ।ଏଥିପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ ।ଏବଂ ଏହା ବିଶଦ ବ୍ୟବସ୍ଥା ଉପରେ ଧ୍ୟାନ ଦେବ । ଟୀକା ଉପରୁ ସମସ୍ତ ପ୍ରକାର ଟିକସ ଉଠାଇ ଦେବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି ।ଏହା ଫଳରେ ରାଜ୍ୟ ଅର୍ଥନୀତି ଉପରେ କମ୍ ଚାପ ପଡ଼ିବ ଏବଂ ସାର୍ବଜନୀନ ଟୀକାକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହା ବିଶେଷ ସହାୟକ ହେବ । କୋଭିଡ଼ ବିରୁଦ୍ଧରେ ଚାଲିଥିବା ଏ ଲଢ଼େଇ ଏକ ବହୁତ ଲମ୍ବା ଲଢ଼େଇ । ତେଣୁ କେନ୍ଦ୍ର ସରକାର ବିଭିନ୍ନ ସେସ୍ ଓ ସରଚାର୍ଯ ଜରିଆରେ ଆଦାୟ କରୁଥିବା ଅତିରିକ୍ତ ସମ୍ବଳ କୁ ରାଜ୍ୟ ମାନଙ୍କ ମଧ୍ୟ ରେ ଉପଯୁକ୍ତ ଭାବରେ ବଣ୍ଟନ କରାଯିବାର ଆବଶ୍ୟକତା ରହିଛି । ଏହି ଜଟିଳ ପରିସ୍ଥିତିରେ କୋଭିଡ଼ ଲଢ଼େଇ ରେ ରାଜ୍ୟ ମାନଙ୍କ ଅର୍ଥିକ ସ୍ଥିତିକୁ ମଜବୁତ କରିବାରେ ଏହା ଶକ୍ତି ଯୋଗାଇବ । ରାଜ୍ୟ ସରକାର ତାଙ୍କର ଉପଲବ୍ଧ ସମ୍ବଳର ବିନିଯୋଗ କରି କୋଭିଡ଼ ବିରୁଦ୍ଧରେ ଲଢ଼େଇ କୁ ଜୋରଦାର କରିବା ଏବଂ କୋଭିଡ଼ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇବା ପାଇଁ ତାଙ୍କର ଦୃଢ଼ ସକଳ୍ପର ପୁନଘୋଷଣା କରୁଛନ୍ତି । ଏହି ଅଵସରରେ ରାଜ୍ୟ କ୍ୟାବିନେଟ କୋଭିଡ଼ ନିୟମାବଳୀ ଯଥା ଠିକ୍ ଭାବେ ମାସ୍କ ପିନ୍ଧିବା ,ବାରମ୍ବାର ସାବୁନ ରେ ଭଲ ଭାବେ ହାତ ଧୋଇବା ,ସାମାଜିକ ଦୂରତା ରଷା କରିବା ,ଘରେ ରହିବା ଏବଂ ଆବଶ୍ୟକତା ନ ଥିଲେ ବାହାରକୁ ନ ଯିବା ଆଦି କୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ବିନମ୍ର ଅନୁରୋଧ ଜଣାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!