Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଙ୍କ କର୍ମଚାରୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା: ଥାନାରେ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
May 12, 2021
in Crime, Nayagarh
ବ୍ୟାଙ୍କ କର୍ମଚାରୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା: ଥାନାରେ ଅଭିଯୋଗ
683
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବିଳମ୍ବିତ ରାତିରେ ବ୍ୟାଙ୍କ କର୍ମଚାରୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା । ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ୬୦ହଜାରୁ ଉର୍ଦ୍ଧ ଟଙ୍କା ଲୁଟି ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନାନୁସାରେ, ଫତେଗଡ଼ ଥାନା ଅନ୍ତର୍ଗତ ବାସୁଦେବପୁର ଗାଁର ଶରତ କୁମାର ସାହୁ ଓ ପରିବାର ଲୋକ ରାତିରେ ଶୋଇପଡିଥିବା ବେଳେ କିଛି ଲୁଟେରା ଗତକାଲି ବିଳମ୍ବିତ ରାତିରେ ବାରିପଟ କବାଟ ଭାଙ୍ଗି ଘରେ ପସିଥିଲେ । ବାରିପଟ କବାଟ ଭାଙ୍ଗି ମଝିଘରେ ଥିବା ଗଡରେଜକୁ ଟେକି ନେଇ ବାରିପଟେ ଭାଙ୍ଗି ସେଥିରେ ଥିବା ସମସ୍ତ ସୁନା ଗହଣା ସହ ୬୦ହଜାରରୁ ଉର୍ଦ୍ଧ ଟଙ୍କା ଲୁଟି ନେଇଥିବା ନେଇ ବ୍ୟାଙ୍କ କର୍ମଚାରୀ ଶରତ କୁମାର ସାହୁ ଫତେଗଡ଼ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭିତ୍ତି କରି ଫତେଗଡ଼ ଥାନା ଅଧିକାରୀ ଗିରିଜା ଶଙ୍କର ପଟ୍ଟନାୟକ ଓ ଏସଆଇ ସଞ୍ଜିବ ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ନୟାଗଡ଼ ସାଇଣ୍ଟିଫିକ୍ ଟିମକୁ ଖବର ଦେଇଥିଲେ । ସାଇଣ୍ଟିଫିକ୍ ଟିମ୍ ପୁଲିସ୍ ଘଟଣାସ୍ଥଳରେ ପ୍ରାଥମିକ ତଦନ୍ତ କରିଥିବା ଜଣାପଡିଛି । ବ୍ୟାଙ୍କ କର୍ମଚାରୀଙ୍କ ଘରୁ ପାଖାପାଖି ୧୫ଲକ୍ଷରୁ ଉର୍ଦ୍ଧ ଟଙ୍କାର ସୁନା ଗହଣା ଓ ଆସବାପତ୍ର ଚୋରି ହୋଇଥିବା ଅନୁମାନ କରାଯାଉଛି । ଏନେଇ ଫତେଗଡ଼ ଥାନା ଅଧିକାରୀଙ୍କ ସହିତ ଯୋଗାଯୋଗ କରିଥିଲେ ମଧ୍ୟ ଯୋଗାଯୋଗ ହୋଇପାରିନଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!