Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘୋଷ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ, ଅନୁକୁଳ ହେଲା ରଥ କାଠ

by ସଞ୍ଜୟ ସ୍ୱାଇଁ
May 15, 2021
in State
ଘୋଷ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ, ଅନୁକୁଳ ହେଲା ରଥ କାଠ
113
VIEWS
Share on FacebookShare on Twitter

ପୁରୀ (ବାଘୁଆବାର୍ତ୍ତା): ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପ୍ରସ୍ତୁତ ଆରମ୍ଭ ହୋଇ ଯାଇଛି । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶନିବାର ରଥକାଠ ଅନୁକୂଳ ହୋଇଛି । ଏଥି ସହ ପୁରୀ ବଡଦାଣ୍ଡ ରଥଖଳାକୁ ଆଜ୍ଞାମାଳ ବିଜେ ହୋଇଛି । ୩ ରଥ ମୁଖ୍ୟ ବିଶ୍ୱକର୍ମା ଆଜ୍ଞାମାଳ ପରଦାନ କରାଯାଇଛି । ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା କୋଭିଡ କଟକଣା ମଧ୍ୟରେ ଆରମ୍ଭ ହୋଇଛି । ଶ୍ରୀମନ୍ଦିରରେ ଭୋଗମଣ୍ଡପ ସରିବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ କରିଥିଲା । ତିନିଜଣ ପୂଜାପଣ୍ଡା ତିନି ରଥର ମୁଖ୍ୟ ବିଶ୍ୱକର୍ମାଙ୍କୁ ଆଜ୍ଞାମାଳ ପ୍ରଦାନ କରିବା ପରେ ବିଶ୍ୱକର୍ମା ମହାରଣା ସୁବର୍ଣ୍ଣ କୁରାଢୀ ସ୍ପର୍ଶ କରି ରଥନିର୍ମାଣ ଅନୁକୂଳ କରିଥିଲେ । ବିନା ଭକ୍ତରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ ହୋଇଛି । ଆଜ୍ଞାମାଳ ପାଇବା ପରେ ବିନା ଭକ୍ତରେ ମଣିବିମାନ ଓ ପାଲିଙ୍କିରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ବିଜେ କରିଥିଲେ । ଏହା ପୂର୍ବରୁ ରଥନିର୍ମାଣ ନିମନ୍ତେ ଦୁଇଜଣ ଦେଉଳ ପୁରୋହିତ ଓ ୧୧ ଜଣ ଶୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗା ପଦ୍ଧତିରେ ହୋମ କରାଯାଇଥିଲା । ବ୍ୟାରିକେଡ ମଧ୍ୟରେ ୩ ଖଣ୍ଡ ଧଉରା କାଠ ରଖାଯାଇଥିଲା । ପୂଜା ପଣ୍ଡା ଆଜ୍ଞାମାଳ ବିଶ୍ୱକର୍ମା ମହାରଣାଙ୍କୁ ପ୍ରଦାନ କରିବା ପରେ ଜଳ ସିଞ୍ଚନ କରାଯାଇ ସୁବର୍ଣ୍ଣ କୁରାଢ଼ୀ ଦ୍ୱାରା ରଥ ଅନୁକୂଳ ହୋଇଥିଲା । ଏହାପୂର୍ବରୁ ଶ୍ରୀମନ୍ଦିର ସମ୍ମୁଖ, ନରେନ୍ଦ୍ର ପୁଷ୍କରିଣୀ ଚତୁଃପାଶ୍ୱର୍ ଓ ବଡଦାଣ୍ଡରେ ୧୪୪ ଧାରା ଜାରୀ ହୋଇଥିଲା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ଛତିଶା ନିଯୋଗ ମହାନାୟକଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତି ଥିଲେ । ରଥନିର୍ମାଣରେ ସଂପୃକ୍ତ ସେବାୟତଙ୍କ ଶାଢ଼ୀ ବନ୍ଧା ଯାଇଥିଲା । ଭୋଇ ସେବକ ମାନେ ମହାପ୍ରସାଦ ଓ ନଡିଆ ଥୋଇ ଶାବଳ ପୂଜା କରିଥିଳେ । ରଥନିର୍ମାଣ ଅନୁକୂଳ ସରିବା ପରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରିଥିଲେ । ପ୍ରସ୍ତୁତ ହୋଇଥିବା ନନ୍ଦା ଓ ଭଦ୍ରା ଚାପରେ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଚତୁଃପାଶ୍ୱର୍ରେ ଜଳକ୍ରୀଡା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!