Sunday, June 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ – ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 18, 2021
in Health, Politics, State
ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ  – ମୁଖ୍ୟମନ୍ତ୍ରୀ
166
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ୟ୍ୟକ୍ରମର ସଫଳ କାର୍ୟ୍ୟକାରୀତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ ପଜେଟିଭ ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂକ୍ରମଣ ହାରକୁ ସଂପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି। ଲୋକଙ୍କ ସହଯୋଗ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା । ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବା କୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ସଂକ୍ରମଣ ରୋକିବାକୁ ମଇ ୨୪ ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସଂପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡରେ ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସଂପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସଂପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ ସାହାଯ୍ୟକେନ୍ଦ୍ର ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ୟ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଟିକାକରଣ କୋଭିଡ ନିୟନ୍ତ୍ରଣ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ମାନଙ୍କରେ ସାମାଜିକ ଦୂରତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ବ ଦେଇଥିଲେ । ଲୋକମାନେ ଯେପରି ସୁବିଧାରେ ଟିକାକରଣ କେନ୍ଦ୍ରରେ ପହଞ୍ଚି ଟିକା ନେଇପାରିବେ, ସେଥିପାଇଁ ସେମାନଙ୍କୁ ଟିକାକରଣ କେନ୍ଦ୍ରର ସ୍ଥାନ ଓ ସମୟ ସଂପର୍କରେ ପୂର୍ବରୁ ସୂଚନା ଦେବା ପାଇଁ ପରାମର୍ଶ ଦେଇଥିଲେ । କୋଭିଡ ସଂକ୍ରମଣ ରୋକିବାରେ ଠିକ୍‌ ଭାବରେ ମାସ୍କ ପିନ୍ଧିବାର ବିଶେଷ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହା ଉପରେ ପ୍ରାଥମିକତା ଦେବାକୁ ପରାମଶ ଦେଇ ଥିଲେ ।ଗରିବ ଲୋକମାନେ ଯେପରି ସୁବିଧାରେ ମାସ୍କ ପାଇପାରିବେ, ସେଥିପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ବିଧାୟକମାନେ ଖର୍ଚ୍ଚ କରି ମିଶନ ଶକ୍ତି ଗ୍ରୁପ ରୁ ସଗ୍ରହ କରିବାକୁ ପଦଷେପ ନିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଲକ୍‌ଡାଉନର ସୁଫଳକୁ ଅନୁଭବ କରି ଆଉ ଦୁଇ ସପ୍ତାହ ପାଇଁ ଏହାର ଅବଧିକୁ ବଢାଯାଇଛି ଏବଂ ଏହାକୁ କଡାକଡି ଭାବରେ କାର୍ୟ୍ୟକାରୀ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମଇ ୨୪ ତାରିଖରୁ ଘରକୁ ଘର ସର୍ଭେ ଆରମ୍ଭ କରାଯିବ । ଏଥିପାଇଁ ସଂପୃକ୍ତ ବିଭାଗକୁ ଆବଶ୍ୟକ ଗାଇଡଲାଇନ ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନେ ସାହାଯ୍ୟକେନ୍ଦ୍ର ଗୁଡିକୁ ଉତ୍ତମ ରୂପେ ତଦାରଖ କରୁଛନ୍ତି ଏବଂ ଅକସିଜେନ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି ବୋଲି ସେ କହିଥିଲେ । ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଉପସ୍ଥାପନା ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିବାରେ ଲାଗିଛି। ଭାରତରେ ମଇ ୮ ତାରିଖରେ ଏହା ସର୍ବାଧିକ ଉପରକୁ ୪,୧୪,୧୮୮ ହୋଇଥିଲା । ଆଜି ଏହା ୨,୬୩,୦୨୧ ଅଛି। ସେହିପରି ଓଡିଶାରେ ମଧ୍ୟ ସଂକ୍ରମଣ କମିବାରେ ଲାଗିଛି। ଓଡିଶାରେ ସଂକ୍ରମଣ ମଇ ୧୩ ତାରିଖରେ ସର୍ବାଧିକ ହୋଇଥିଲା ଏବଂ ତା ପରଠାରୁ ଏହା କମିବାରେ ଲାଗିଛି ବୋଲି ସେ କହିଥିଲେ । ଆମର ପଜେଟିଭ ହାର ଗତ ସପ୍ତାହରେ ୨୧ ପ୍ରତିଶତ ଥିବାବେଳେ ଏବେ ଏହା ୧୮ ପ୍ରତିଶତକୁ କମିଛି। ଟେଷ୍ଟ ସଂଖ୍ୟା ବୃଦ୍ଧି ପାଇବା ସତ୍ତ୍ବେ, ପଜେଟିଭ କମିବା ଏକ ଭଲ ସୂଚନା ବୋଲି ସେ କହିଥିଲେ। ଆଗାମୀ ସପ୍ତାହ ମଧ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ ବୋଲି ସେ କହିଥିଲେ । ଆମର ମୃତ୍ୟୁହାର ୦.୪୦ରୁ କମି ୦.୩୭ ହୋଇଛି। ଗତ ୧୫ ଦିନର ମୃତ୍ୟୁହାରକୁ ଲକ୍ଷ୍ୟ କଲେ ଏହା ୦.୧୬ ଅଛି, ଯାହାକି ସାରା ଭାରତରେ ସର୍ବନିମ୍ନ ବୋଲି ସେ କହିଥିଲେ । ରାଜ୍ୟରେ ଆଇସିୟୁ ବେଡ୍‌ର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବ୍‌ଶୀଘ୍ର ଆଉ ୩୬୮ଟି ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯିବ। ରାଜ୍ୟରେ ଆଉ ପ୍ଲାଜମାଥେରାପି କରାଯିବ ନାହିଁ ବୋଲି ସେ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ରାଜ୍ୟରେ ଲକ୍‌ଡାଉନ ଓ ବିଭିନ୍ନ କୋଭିଡ଼ ଗାଇଡଲାଇନର ଅନୁପାଳନ ପାଇଁ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଓଡିଶାରୁ ଅନ୍ୟ ରାଜ୍ୟକୁ ବର୍ତ୍ତମାନ ସୁଦ୍ଧା ୮୬୮ଟି ଟ୍ୟାଙ୍କର ଜରିଆରେ ୧୫୯୧୨ ମେଟ୍ରିକ ଟନ୍‌ ଅକ୍‌ସିଜେନ ପଠାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ଏମ୍‌. ଅକ୍ଷୟ କହିଥିଲେ ଯେ ଅଗ୍ନି ସୂରକ୍ଷା ପାଇଁ ୬୨ଟି କୋଭିଡ ହସ୍‌ପିଟାଲରେ ଅଗ୍ନିଶମ ସେବା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ବୈଠକରେ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଅବଜରଭର ନିକୁଞ୍ଜ ବିହାରି ଧଳ, କଳାହାଣ୍ଡି-ନୂଆପଡାର ଅବଜର୍‌ଭର ସତ୍ୟବ୍ରତ ସାହୁ, ଅନୁଗୁଳ-ଢେଙ୍କାନାଳର ଅବଜର୍‌ଭର ବିଷ୍ଣୁପଦ ସେଠୀ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଂଜର ଜିଲ୍ଲାପାଳ, କଟକ ଓ ଭୁବନେଶ୍ବର ମ୍ୟୁନିସପାଲ କମିଶନର ମାନେ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ସଂଚାଳନ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!