Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପାଙ୍କ ପରେ ପୁଅ ଚାଲିଗଲେ, ପୂର୍ବତନ ରଣଜୀ ଖେଳାଳୀ ପ୍ରଶାନ୍ତ

by ସଞ୍ଜୟ ସ୍ୱାଇଁ
May 19, 2021
in Health, State
ବାପାଙ୍କ ପରେ ପୁଅ ଚାଲିଗଲେ, ପୂର୍ବତନ ରଣଜୀ ଖେଳାଳୀ ପ୍ରଶାନ୍ତ
192
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ବିଶିଷ୍ଟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ । କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ପ୍ରଶାନ୍ତ । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ପରଲୋକ ହୋଇଛି । ଏନେଇ ଏମସ ସୁପରିଣ୍ଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତିଙ୍କ ସୂଚନା । ଖବର ଅନୁଯାୟୀ, ୪୭ ବର୍ଷୀୟ ପ୍ରଶାନ୍ତ ଜଣେ ପୂର୍ବତନ ରଣଜୀ ଖେଳାଳୀ ତଥା ବିସିିସିଆଇର ମ୍ୟାଚ ରେଫରୀ ଥିଲେ । ଓଡିଶା ପାଇଁ ଅନେକ ରଣଜୀ ମ୍ୟାଚ ଖେଳି ସୁନାମ ଅର୍ଜନ କରିଥିଲେ । କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଭୁବନେଶ୍ୱର ସ୍ଥିତି ଏମ୍ସରେ ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଆଜି ତାଙ୍କର ପରଲୋକ ହୋଇଯାଇଛି । ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ବିଶିଷ୍ଟ ଶୀଳ୍ପୀ ରଘୁନାଥ ମହାପାତ୍ରଙ୍କ କରୋନାରେ ଆକ୍ରାନ୍ତ ହୋଇ ପରଲୋକ ହୋଇଯାଇଛି ।୧୯୪୩ ମସିହା ମାର୍ଚ୍ଚ ୨୪ରେ ଜନ୍ମ ଗ୍ରହଣ କରିଥିବା ରଘୁନାଥ ମହାପାତ୍ର ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ । ଏହା ପୂର୍ବରୁ ୧୯୬୪ରେ ସେ ଜାତୀୟ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ । ରଘୁନାଥଙ୍କ ବିୟୋଗ ରାଜ୍ୟ ତଥା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!