ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ବାଣିଗୋଚ୍ଛା ଗ୍ରାମ୍ୟ ବ୍ୟାଙ୍କ ଶାଖାକୁ ଦୁଇ ଦିନ ପାଇଁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଦଶପଲ୍ଲା ତହସିଲଦାର ଅକ୍ଷୟ କୁମାର ଖେମୁଣ୍ଡ ୧୯ ତାରିଖଠାରୁ ୨୧ ତାରିଖ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟ ମଧ୍ୟରେ ବ୍ୟାଙ୍କକୁ ବିଶୋଧନ କରାଯିବ ବୋଲି ସୂଚନା ମିଳିଛି ।






