Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଙ୍ଗୋପସାଗରରେ ଲଘୁଚାପ, ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା…

by ସଞ୍ଜୟ ସ୍ୱାଇଁ
May 21, 2021
in State
ବଙ୍ଗୋପସାଗରରେ ଲଘୁଚାପ, ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା…
107
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ଆସନ୍ତା କାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଉପକୂଳ ଓଡିଶାରେ ଆସନ୍ତା ସପ୍ତାହରେ ପ୍ରବଳ ବର୍ଷା ହୋଇପାରେ । ଏହି ଲଘୁଚାପ ଘୂର୍ଣ୍ଣିଝଡରେ ପରିଣତ ହେଲେ ମେ ୨୬ ତାରିଖରେ ଏହା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗର ଆକଳନ ଅନୁଯାୟୀ ଏହି ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ମେ ୨୫ ତାରିଖ ସୁଦ୍ଧା ଘୁର୍ଣ୍ଣିଝଡରେ ପରିଣତ ହେବ ବୋଳି ଆକଳନ କରାଯାଉଛି । ଏହା ମୁଖ୍ୟତଃ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଓଡିଶା ଉପକୂଳ ମୁହାଁ ହୋଇ ଓଡିଶା-ପଶ୍ଚିମ ବଙ୍ଗ ଉପକୂଳ ଆଡକୁ ଗତି କରିବ ବୋଲି କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି । ଏହି ଘୁର୍ଣ୍ଣିଝଡ ଓଡିଶାର ଭଦ୍ରକ କିମ୍ବା ବାଲେଶ୍ୱର ଜିଲ୍ଲା ଅଥବା ପଶ୍ଚିମ ବଙ୍ଗର ଦିଘା ଉପକୂଳ ଦେଇ ଗତି କରିପାରେ ବୋଲି ସେ କହିଛନ୍ତି । ଡକ୍ଟର ସାହୁ କହିଛନ୍ତି ଯେ ଜଳବାୟୁ ବିଜ୍ଞାନ ଅନୁଯାୟୀ ଦକ୍ଷିଣ ପଶ୍ଚିମ ମୌସୁମୀ ର ଆଗମନ ପୂର୍ବରୁ ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ଅଧିକାଂଶ ଲଘୁଚାପ ଓ ତହିଁରୁ ଉତ୍ପନ୍ନ ଘୂର୍ଣ୍ଣିଝଡ ପଶ୍ଚିମବଙ୍ଗ ଅଥବା ବାଂଲାଦେଶ ଆଡକୁ ଗତି କରିଥାଏ । ଏହି ଲଘୁଚାପ ହୁଏତ ପ୍ରବଳ ଘୁର୍ଣ୍ଣିଝଡ କିମ୍ବା ଘୁର୍ଣ୍ଣିଝଡର ରୂପ ନେଇ ଉପକୂଳ ଅତିକ୍ରମ କରିପାରେ ବୋଲି ସେ କହିଛନ୍ତି । ତେବେ ବାତ୍ୟାର ଗତି ଏବଂ ପବନ ବେଗର ସ୍ପଷ୍ଟ ଚିତ୍ର ମେ ୨୪ ରେ ହିଁ ଜଣା ପଡିବ ବୋଳି ଡକ୍ଟର ସାହୁ କହିଛନ୍ତି । ମୌସୁମୀର ପ୍ରଭାବ ଯୋଗୁଁ ଏହି ଘୁର୍ଣ୍ଣିଝଡ ବିଶେଷ ଭାବେ ଘନୀଭୂତ ନ ହୋଇପାରେ ବୋଲି ସେ କହିଛନ୍ତି । ଯଦି ଏହା ବାତ୍ୟାର ରୂପ ନେଇ ଓଡିଶା ଉପକୂଳ ଦେଇ ଗତି କରେ ତେବେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୫ ରୁ ୯୦ କିଲୋମିଟର ହେବ ମାତ୍ର ଏହା ଯଦି ପ୍ରବଳ ଘୁର୍ଣ୍ଣିଝଡର ରୂପ ନିଏ ତେବେ ଏହାର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୧୦୦ କିଲୋମିଟର ହୋଇପାରେ ବୋଲି ସେ କହିଛନ୍ତି । ଏହି ସମୟରେ ଓଡିଶା ଉପକୂଳରେ ପବନର ଗତି ତୀବ୍ରତର ହେବା ସହ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡା ଏବଂ ଯାଜପୁର ପ୍ରଭୃତି ଜିଲ୍ଲାରେ ମେ ୨୫ ତାରିଖ ରାତିରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ସମୟରେ ଏହା ବିହାର ଆଡକୁ ଗତି କରିବ ବୋଲି ଡକ୍ଟର ସାହୁ କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!