Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ଜବରଦସ୍ତ ନାଚ, ଭିଡିଓ ଭାଇରାଲ

by ସଞ୍ଜୟ ସ୍ୱାଇଁ
May 23, 2021
in State
ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ଜବରଦସ୍ତ ନାଚ, ଭିଡିଓ ଭାଇରାଲ
1.4k
VIEWS
Share on FacebookShare on Twitter

ଯାଜପୁର (ବାଘୁଆବାର୍ତ୍ତା): ବଢ଼ୁଥିବା କରୋନା ସଂକ୍ରମଣରେ ବ୍ରେକ ଦେବାପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଲକଡାଉନ ଓ ସପ୍ତାହନ୍ତ ସଟଡାଉନ ଆଦି କଟକଣା ଲାଗୁ କରିବା ସହ ବିବାହ, ଭୋଜି ଓ ସାମାଜିକ କାର୍ଯ୍ୟକ୍ରମ ଆଦିକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି । ଏହାର ତଦାରଖ ପାଇଁ ପୋଲିସ ଓ ପ୍ରଶାସନିକ ଅଧିକାରୀ ମାନେ ଲାଗି ପଡିଛନ୍ତି । ଖୋଦ ଜଣେ ପ୍ରଶାସନିକ ଅଧିକାରୀ ଏହାକୁ ଅବମାନନା କରୁଥିବା ଦେଖିବାକୁ ମିଳିଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଳକ ଜଗନ୍ନାଥପୁର ଅଞ୍ଚଳରେ ଜଣେ ତହସିଲଦାର ବାହାଘର ପ୍ରସେସନରରେ ନାଚୁଥିବା ଭିଡିଓ ହୋଇଛି । ଏହି ତହସିଲଦାର ଜଣଙ୍କ ହେଉଛନ୍ତି ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲବୁଲ ବେହେରା । ସୂଚନା ମୁତାବକ ଗତ ୧୨ ତାରିଖ ଦିନ ସେ ତାଙ୍କ ଭାଇ ବାହାଘର ଅବସରରେ ଜଗତସିଂହପୁର ତିର୍ତୋଲ ଅଞ୍ଚଳକୁ ବରଯାତ୍ରୀ ଯାଇଥିଲେ । ତେବେ ସେଠାରେ ସେ ଅନ୍ୟମାନଙ୍କ ସହିତ ମିଶି ନାଚୁ ଥିବା ଭିଡିଓରେ ଦେଖିବାକୁ ମିଳିଛି । ପୁଣି ନାଚ ସମୟରେ କେତେବେଳେ ମାସ୍କ ପିନ୍ଧିଛନ୍ତି ତ ଆଉ କେତେବେଳେ ବିନା ମାସ୍କରେ ନାଚୁଛନ୍ତି । ଏହି ଭିଡିଓରେ ଥିବା ନାଲି ରଙ୍ଗର ଲେହେଙ୍ଗା ପିନ୍ଧିଥିବା ମହିଳା ଜଣଙ୍କ ହେଉଛନ୍ତି ତହସିଲଦାର ବୁଲବୁଲ ବେହେରା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!